www.samajalive.in
Saturday, December 6, 2025
26.1 C
Bhubaneswar

ଦିନକରେ ଦେଶରେ ୩ ଲକ୍ଷ ୮୨ହଜାରରୁ ଅଧିକ ନୂଆ ସଂକ୍ରମିତ; ୩୭୮୦ ମୃତ

ନୂଆଦିଲ୍ଲୀ: ମଙ୍ଗଳବାର ଗୋଟିଏ ଦିନରେ ଦେଶରେ ୩ ଲକ୍ଷ ୮୨ ହଜାର ୩୧୫ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ ୩୭୮୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ଗୋଟିଏ ଦିନରେ ୫୧,୮୮୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯୧ ଜଣ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। କର୍ଣ୍ଣାଟକରେ ଏହି ସମୟ ମଧ୍ୟରେ ୪୪୬୩୧, କେରଳ ୩୭,୧୯୦, ଉତ୍ତରପ୍ରଦେଶ ୨୫,୭୭୦, ତାମିଲନାଡୁ ୨୧,୨୨୮ ଓ ଦିଲ୍ଲୀରେ ଏହି ସମୟ ମଧ୍ୟରେ ୧୯,୯୫୩ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀରେ ଗୋଟିଏ ଦିନରେ ୩୩୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଦେଶରେ ତିନିଦିନ ବ୍ୟବଧାନ ପରେ ଗତକାଲି ପୁଣି ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏଥିସହିତ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୨୬ ହଜାର ୧୮୮କୁ ବୃଦ୍ଧିପାଇଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧ କୋଟି ୬୯ ଲକ୍ଷ ୫୧ ହଜାର ୭୩୧ ଜଣ ସୁସ୍ଥ ହୋଇସାରିଲେଣି। ଏବେ ଭାରତରେ ୩୪ ଲକ୍ଷ ୮୭ ହଜାର ୨୨୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ଇତିମଧ୍ୟରେ ଦେଶରେ ମୋଟ ୧୬ କୋଟି ୪ ଲକ୍ଷ ୯୪ ହଜାର ୧୮୮ ଜଣ କୋଭିଡ ଟିକା ନେଇସାରିଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories