www.samajalive.in
Sunday, December 7, 2025
26.1 C
Bhubaneswar

ଅବହେଳାରୁ ନବଜାତ ଶିଶୁର ମୃତ୍ୟୁ ଅଭିଯୋଗ, ଥାନାରେ ଏତଲା

ଫୁଲବାଣୀ: କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାରେ ଅବହେଳାରୁ ଜଣେ ଗର୍ଭବତୀ ମହିଳାଙ୍କ ପ୍ରସବ ବେଳେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରସୂତୀଙ୍କ ସ୍ବାମୀ ଟାଉନ ଥାନାରେ ଏତଲା ଦେଇଛନ୍ତି।

ସୂଚନା ଅନୁଯାୟୀ, ଗତ ରବିବାର ଫିରିଙ୍ଗିଆର ଅନୀଲ ବେହେରାଙ୍କ ସ୍ତ୍ରୀଙ୍କ ପ୍ରସବ ବେଦନା ହେବା ଯୋଗୁଁ ତାଙ୍କୁ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରସବରେ ଜଟିଳତା ଦେଖା ଦେବାରୁ ଗର୍ଭବତୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ରାତି ସାରା ତାଙ୍କୁ କୌଣସି ଚିକିତ୍ସା ମିଳି ନ ଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।

- Advertisement -

ଅଭିଯୋଗ ଅନୁସାରେ, ସୋମବାର ଦିନବେଳେ ଗୋଟିଏ ଇଞ୍ଜେକସନ୍ ଦେବାପରେ ପ୍ରସବ ବେଦନା ବଢିଥିଲା। କିନ୍ତୁ ଦିନ ଦୁଇଟା ସମୟରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତରିତ କରିବା ପାଇଁ କହିଥିଲେ ଦାୟିତ୍ୱରେ ଥିବା ଡାକ୍ତର। ଅନିଲଙ୍କୁ କିଛି ଔଷଧ ଆଣିବା ପାଇଁ କହି ସ୍ତ୍ରୀଙ୍କୁ ପ୍ରସୂତୀ ଗୃହକୁ ନେବାକୁ ପରାମର୍ଶ ଦିଆଯାଇ ଥିଲା। ତେବେ ପ୍ରସୂତୀ ଗୃହକୁ ନେବା ବେଳେ ଏକ ଶିଶୁ ଜନ୍ମ ହୋଇ ତଳେ ପଡିଯିବାରୁ ତାର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ଅନୀଲ। କାର୍ଯ୍ୟରତ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁଁ ନବଜାତଟିର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ ଫୁଲବାଣୀ ଟାଉନ୍ ଥାନାରେ ଏକ ଲିଖିତ ଅଭିଯୋଗ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଅନୀଲ। ଅପରପକ୍ଷେ, ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ସନ୍ତୋଷ କୁମାର ପାଢ଼ୀ। ଯେ କେହି ଦୋଷୀ ସାବ୍ୟସ୍ତ ହେବ, ତାକୁ ନିଶ୍ଚିନ୍ତ ଦଣ୍ଡ ମିଳିବ କହିଛନ୍ତି ସିଡିଏମଓ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories