www.samajalive.in
Sunday, December 14, 2025
23.1 C
Bhubaneswar

ଶିଶୁ ଓ ମହିଳାଙ୍କ ବିରୋଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ବର : ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥି ନିମନ୍ତେ ରାଜ୍ୟ ପୁଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ ।
ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଂଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର ୬୦ଟି ପଦବୀ ସହିତ Cyber Forensic ଏବଂ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଂଜୁର କରାଯାଇଛି। ଜଣେ ଆଇ.ଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ । ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ministerial staff ପଦବୀକୁ ମଧ୍ୟ ମଂଜୁର କରାଯାଇଛି ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories