www.samajalive.in
Sunday, December 14, 2025
23.1 C
Bhubaneswar

ଗଞ୍ଜାମ ଜିଲ୍ଲାପରିଷଦର ନୂତନ ସିଡିଓଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ମଧୁମିତା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ୨୦୨୦ ବ୍ୟାଚର ଆଇଏଏସ ମଧୁମିତା ଏହା ପୂର୍ବରୁ କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ । ଦାୟିତ୍ୱ ଗ୍ରହଣ ଅବସରରେ ଗଣମାଧ୍ୟମକୁ ସୌଜନ୍ୟ ମୂଳକ ସାକ୍ଷାତରେ କହିଛନ୍ତି କି ମନେରେଗା ଓ ଗ୍ରାମ୍ୟ ଗୃହ ନିର୍ମାଣ ସମେତ ବିଭିନ୍ନ ଉନ୍ନୟନ ଯୋଜନାର ସଫଳ କାର୍ଯ୍ୟକାରିତାକୁ ଗୁରୁତ୍ୱ ଦିଆଯିବ । ଏଥିଲାଗି ସମସ୍ତ ପ୍ରୟାସ ଜାରି ରହିବ ।

ସେହିପରି ରୋଲ ମଡେଲ ଭାବେ ଗଞ୍ଜାମ ଜିଲ୍ଲାର ସୁନାମକୁ ବଜାୟ ରଖିବା ତାଙ୍କର ପ୍ରଥମ ଲକ୍ଷ୍ୟ ବୋଲି ସେ କହିଛନ୍ତି । ନୂତନ ଭାବେ ସେ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସ୍ୱାଗତ କରିଥିଲେ । ସୂଚନାଥାଉକି ପୂର୍ବରୁ ଗଞ୍ଜାମ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭି. କୀର୍ତ୍ତି ଭାସନଙ୍କୁ କୋରାପୁଟ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

- Advertisement -

 

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories