www.samajalive.in
Thursday, December 11, 2025
18.1 C
Bhubaneswar

ଜିଲାସ୍ତରୀୟ ଅଧିକାରୀଙ୍କୁ ନେଇ ନୂତନ ଜିଲାପାଳଙ୍କ ସମୀକ୍ଷା ବୈଠକ

ନବରଙ୍ଗପୁର : ନୂତନ ଜିଲାପାଳ ଭାବେ ଡଃ.କମଳ ଲୋଚନ ମିଶ୍ର ସୋମବାର ଦିନ ଯୋଗଦେବା ପରେ ଅପରାହ୍ନରେ ମିଶନ ଶକ୍ତି ହଲ ଠାରେ ଜିଲାସ୍ତରୀୟ ଅଧିକାରୀଙ୍କର ସମୀକ୍ଷା ବୈଠକରେ ଯୋଗଦେଇ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସମସ୍ତ ଜିଲାସ୍ତରୀୟ ଅଧିକାରୀମାନେ ପୁଷ୍ପଗୁଛ ଦେଇ ନୂତନ ଜିଲାପାଳଙ୍କୁ ସ୍ୱାଗତ କରିଥିଲେ । ଏହି ବୈଠକରେ ଜିଲାପାଳ ସମସ୍ତ ଅଧିକାରୀଙ୍କର ସହିତ ପରିଚିତ ହୋଇ ବିଭିନ୍ନ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଥିଲେ। ସ୍ୱାସ୍ଥ୍ୟ, ଶିକ୍ଷା, ଗମନାଗମନ, କୃଷି, ଉଦ୍ୟାନ କୃଷି, ଜଳସେଚନ, ପାନୀୟଜଳ, ଜଳପରିମଳ,ଜଙ୍ଗଲ, ଯୋଗାଣ, ସମନ୍ୱୀତି ଆଦିବାସୀ ଉନ୍ନୟନ, ଶିଶୁ ବିକାଶ ବିଭାଗ, ଅବକାରୀ, ରାସ୍ତା ଓ ଗୃହ ନିର୍ମାଣ, ଗ୍ରାମ୍ୟ ଉନ୍ନୟନ, ଇଦ୍ୟାଦି ବିଭାଗର ତ୍ୱରାନ୍ୱୀତ କାର୍ଯ୍ୟକ୍ରମର ସମୀକ୍ଷା କରିବା ସହିତ ସମସ୍ୟାର ସମାଧାନ ସଂପର୍କରେ ବିଭାଗୀୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଜିଲାର ଉନ୍ନତି ଓ ବିକାଶ ପାଇଁ ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତ ଅଧିକାରୀ ସେବା ମନୋଭାବ ନେଇ ଟିମ ସ୍ପିରିଟ୍‍ରେ କାମ କରିବା ପାଇଁ ନିର୍ଦ୍ଦେଶଦେଇଥିଲେ । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ, ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଅଭିମନ୍ୟୁ ମାଝୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରଫୁଲ୍ଲ କୁମାର ମିଶ୍ର, ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ ଡଃ.ପ୍ରଦୋଷ କୁମାର ପଣ୍ଡା, ସମାଜକଲ୍ୟାଣ ଅଧିକାରୀ ସ୍ୱର୍ଣ୍ଣ ଲତା ବିଶ୍ୱାସ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନିଆଲଙ୍କର ସମେତ ବିଭିନ୍ନ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories