www.samajalive.in
Monday, December 8, 2025
14.1 C
Bhubaneswar

ଜୋ ବାଇଡେନ, କମଲା ହାରିସଙ୍କୁ ଶଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଡେମୋକ୍ରାଟ୍ ରାଷ୍ଟ୍ରପତି ପ୍ରାର୍ଥୀ ୭୭ ବର୍ଷ ବୟସ୍କ ଜୋ ବାଇଡେନ୍ ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ଦୁଇ ଦେଶ ମଧ୍ୟରେ ସମ୍ପର୍କର ଆହୁରି ଉନ୍ନତି ପାଇଁ ଆଶା ବ୍ୟକ୍ତ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି ଯେ, ମୁଁ ଆଶା କରୁଛି ଯେ ଦୁଇ ଦେଶ ମିଳିତ ଭାବେ କାର୍ଯ୍ୟ କରିବେ ଏବଂ ଭାରତ-ଆମେରିକା ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇଯିବେ।

- Advertisement -

ଉପ-ରାଷ୍ଟ୍ରପତି ଭାବେ ନିର୍ବାଚିତ କମଲା ହାରିସଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି। ସେ କମଲା ହାରିସଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି ଯେ ତୁମର ସଫଳତା ଏକ ନୂଆ ରାସ୍ତା ଦେଖାଇବାକୁ ଯାଉଛି ଏବଂ ସମସ୍ତ ଭାରତୀୟ-ଆମେରିକୀୟ ନାଗରିକ ଏଥିପାଇଁ ଗର୍ବିତ ହେବେ ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଜୋ ବାଇଡେନ୍, ଆପଣଙ୍କ ବିଜୟ ପାଇଁ ଆପଣଙ୍କୁ ଅଭିନନ୍ଦନ। ଉପରାଷ୍ଟ୍ରପତି ଭାବରେ ଭାରତ-ଆମେରିକା ସମ୍ପର୍କକୁ ମଜବୁତ କରିବାରେ ଆପଣଙ୍କର ଅବଦାନ ମହତ୍ବପୂର୍ଣ୍ଣ ଥିଲା। ଭାରତ-ଆମେରିକା ସମ୍ପର୍କକୁ ଅଧିକ ଉଚ୍ଚତାକୁ ନେବା ପାଇଁ ମୁଁ ପୁଣି ଥରେ ଏକାଠି କାମ କରିବାକୁ ଆଗ୍ରହୀ।

ଏଥିସହ ସେ କହିଛନ୍ତି, କମଲା ହାରିସ୍, ଆପଣଙ୍କ ପାଇଁ ଶୁଭକାମନା। ତୁମର ବିଜୟ ଏକ ଗାଇଡ୍ ଏବଂ ଏହା ସମସ୍ତ ଭାରତୀୟ-ଆମେରିକୀୟଙ୍କ ପାଇଁ ମଧ୍ୟ ଗର୍ବର ବିଷୟ।

ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଓ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତ-ଆମେରିକା ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ତାଙ୍କ ସହ କାମ କରିବାକୁ ଆଗ୍ରହୀ ଥିବା କହିଛନ୍ତି।

କୋବିନ୍ଦ ଟ୍ୱିଟ କରି କହିଛନ୍ତି ଯେ, ଆମେରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହେଇଥିବା ଜୋସେଫ ଆର ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ମୋର ଶୁଭେଚ୍ଛା ମୁଁ ତାଙ୍କୁ ଏକ ସଫଳ କାର୍ଯ୍ୟକାଳ କାମନା କରୁଛି। ’

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories