www.samajalive.in
Monday, December 8, 2025
27.1 C
Bhubaneswar

୧୮ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ରାଜ୍ୟରେ ଏବେ ବିଶେଷ ସକ୍ରିୟ ନାହିଁ। ଗାଙ୍ଗେୟ ପଶ୍ଚିମବଙ୍ଗରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଉତ୍ତରରୁ ଦକ୍ଷିଣକୁ ଲମ୍ବିଥିବା ଟ୍ରଫଲାଇନ ପ୍ରଭାବରେ ରାଜ୍ୟରେ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ୧୫ରେ କିଛି ସ୍ଥାନରେ ଏବଂ ୧୬ରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ। ତେବେ ଆସନ୍ତା ୧୮ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା, ଉତ୍ତର ଆନ୍ଧ୍ର ଉପକୂଳ, ଦକ୍ଷିଣ ଛତିଶଗଡ଼, କେନ୍ଦ୍ରୀୟ ଭାରତର ବିସ୍ତୃତ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories