www.samajalive.in
Monday, December 15, 2025
27.1 C
Bhubaneswar

ଟ୍ୱିନ ସିଟିରେ ହେବ ନୂଆ ଆଇଟି ପାର୍କ, ୫ ବର୍ଷରେ ସଡ଼କ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି

ଭୁବନେଶ୍ୱର: କଟକ ଓ ଭୁବନେଶ୍ୱର ଟ୍ୱିନ ସିଟିରେ ନୂଆ ଆଇଟି ପାର୍କ ତିଆରି ହେବ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ୍‌‌ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ବିଲ୍ଟ ଅପ୍‌‌ ଏରିଆ ନିର୍ମାଣ କରାଯିବ ବୋଲି ଆଇନ ଓ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ୫ ବର୍ଷରେ ସଡ଼କ ନିର୍ମାଣରେ ୨ ଲକ୍ଷ ୩୦ ହଜାର କୋଟି ଖର୍ଚ୍ଚ ହେବ। ରାଜ୍ୟର ୫ ବଡ଼ ସହର ସମେତ ୧୧ ସହରରେ ରିଙ୍ଗରୋଡ୍‌‌ ତିଆରି ହେବ। ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ଗ୍ରୀନ ଫିଲ୍ଡ କରିଡର ନିର୍ମାଣ କରାଯିବ। ୫ ବର୍ଷରେ ରାଜ୍ୟରେ ୧୫ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପ୍ରକାଶ କରିଛନ୍ତି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories