www.samajalive.in
Saturday, December 6, 2025
26.1 C
Bhubaneswar

ମହିଳା ଓ ପୁରୁଷ କ୍ରିକେଟ ଦଳ ପାଇଁ ନୂଆ ଜର୍ସି, ତିରଙ୍ଗାକୁ ସ୍ଵତନ୍ତ୍ର ସ୍ଥାନ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଭାରତର ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଟିମ ଇଣ୍ଡିଆର ଖେଳାଳିଙ୍କ ଲାଗି ନୂଆ ଜର୍ସି ତିଆରି ହୋଇଛି। ଉଭୟ ପୁରୁଷ ଏବଂ ମହିଳା କ୍ରିକେଟ ଦଳ ପାଇଁ ଏହି ଜର୍ସି ପ୍ରସ୍ତୁତ ହୋଇଛି। ଶୁକ୍ରବାର ବିସିସିଆଇ ପକ୍ଷରୁ ଏହାକୁ ଉନ୍ମୋଚନ କରାଯାଇଛି। ଜର୍ସିରେ ତିରଙ୍ଗାକୁ ଏକ ସ୍ଵତନ୍ତ୍ର ସ୍ଥାନ ଦିଆଯାଇଛି। ଜର୍ସିର କାନ୍ଧ ପାଖରେ ତିରଙ୍ଗା ଚିହ୍ନ ରହିଛି। ଜର୍ସିର ଅନ୍ୟ ଅଂଶ ପାରମ୍ପରିକ ହାଲକା ନୀଳ ରଙ୍ଗର ରହିଛି।

ବିସିସିଆଇ ସମ୍ପାଦକ ଜୟ ଶାହ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ହରମନପ୍ରୀତ କୌର ଏହି ଜର୍ସିକୁ ଉନ୍ମୋଚନ କରିଥିଲେ। ତେବେ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତୀୟ ଦଳର ଖେଳାଳିମାନେ ଏହାକୁ ଘରୋଇ ମାଟିରେ ଇଂଲଣ୍ଡ ବିପକ୍ଷରେ ହେବାକୁ ଦିନିକିଆ ସିରିଜରେ ପରିଧାନ କରିବେ। ଏହି ସିରିଜ ଆସନ୍ତା ଫେବୃୟାରୀ ୬ରୁ ଆରମ୍ଭ ହେବ। ତେବେ ଏହା ପୂର୍ବରୁ ମହିଳା ଦଳ ଏହି ଜର୍ସି ପରିଧାନ କରିବ। ଡିସେମ୍ବର ୫ରେ ବ୍ରିସବେନରେ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ମହିଳା କ୍ରିକେଟ ଦଳର ସଦସ୍ୟାମାନେ ନୂଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇବେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories