www.samajalive.in
Sunday, December 14, 2025
26.1 C
Bhubaneswar

ନୂଆ ଚଳଚ୍ଚିତ୍ର ‘ଭୋଟ’: ଆଜି ଟ୍ରେଲର, ଫେବୃଆରୀ ୨୩ରେ ଶୁଭମୁକ୍ତି

ଡେସ୍କ: ‘ଭୋଟ’ ବେଳ ପାଖେଇ ଆସୁଥିବାରୁ ଦର୍ଶକଙ୍କ ମନରେ ଆଗ୍ରହ ବଢ଼ିବାରେ ଲାଗିଛି। ଦର୍ଶକମାନଙ୍କ ମନୋରଞ୍ଜନ ପାଇଁ ରିତୁପ୍ରିୟା ପ୍ରଡ଼କସନ୍ସ ବ୍ୟାନରରେ ଅତୀଶ କୁମାର ରାଉତଙ୍କ ପ୍ରଯୋଜନାରେ ‘ଭୋଟ’ ନିର୍ମିତ ହୋଇଛି। ଆସନ୍ତା ଫେବୃଆରୀ ୨୩ରେ ମୁକ୍ତିଲାଭ କରିବା ପାଇଁ ପ୍ରଯୋଜନା ସଂସ୍ଥା ତରଫରୁ ଘୋଷଣା କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହୋଟେଲରେ ଏହାର ଟ୍ରେଲର ରିଲିଜ୍ ହୋଇଛି। ଏହି ଟ୍ରେଲର ରିଲିଜ୍ ଅବସରରେ ପ୍ରଯୋଜକ ଅତୀଶ କୁମାର ରାଉତ, ନିର୍ଦ୍ଦେଶକ ଦେବାଶିଷ ମହାପାତ୍ର, କାହାଣୀକାର ଅଜୟ ମହାପାତ୍ର, ସଂଗୀତ ନିର୍ଦ୍ଦେଶକ ବିକାଶ ଦାସ, ପ୍ରଯୋଜକ ସଚ୍ଚିକାନ୍ତ ଜେନା, ପ୍ରଣୟ ଜେଠୀଙ୍କ ସମେତ ସମସ୍ତ କଳାକାର ଯୋଗ ଦେଇଥିଲେ।

ମାମଲା ସଂଖ୍ୟା ହ୍ରାସ ପାଇଁ ନିମ୍ନ ଅଦାଲତ ଉପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି – ପ୍ରଧାନ ବିଚାରପତି

- Advertisement -

ଅଜୟ ମହାପାତ୍ରଙ୍କ ସୁପ୍ରସିଦ୍ଧ ମଞ୍ଚ ନାଟକର କାହାଣୀକୁ ନିର୍ଦ୍ଦେଶନା ଦେଇଛନ୍ତି ନବାଗତ ଯୁବ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ର। ଚିତ୍ରତ୍ତୋଳନ ଦାୟିତ୍ୱ ତୁଲାଇଛନ୍ତି କେରଲା ଷ୍ଟୋରୀର କ୍ୟାମେରାମାନ ପ୍ରଶାନ୍ତନୁ ମହାପାତ୍ର। ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ବିକାଶ ଦାସ। ସମ୍ପାଦନା କରିଥିଲେ ସ୍ବର୍ଗତ ରବି ପଟ୍ଟନାୟକ।

ଇସ୍ରୋର ଯୁବ ବୈଜ୍ଞାନିକ କାର୍ଯ୍ୟକ୍ରମ – ୟୁଭିକା, ୨୦ରୁ ପଞ୍ଜିକରଣ

ମଞ୍ଚ ଦୁନିଆର ଅନେକ ବିଶିଷ୍ଟ କଳାକାରଙ୍କୁ ନେଇ ନିର୍ମାଣ ହୋଇଛି ଚଳଚ୍ଚିତ୍ର ଭୋଟ। ନ୍ୟାସନାଲ ସ୍କୁଲ ଅଫ ଡ୍ରାମା, ଦିଲ୍ଲୀରୁ ପାଠ ପଢି ଆସିଥିବା ବରିଷ୍ଠ ମଞ୍ଚ ଅଭିନେତା ସୂର୍ଯ୍ୟ ମହାନ୍ତି। ଏଥିରେ ସ୍ବର୍ଗତ ଚକ୍ରଧର ଜେନାଙ୍କ ସମେତ ଅନେକ ନାଟକର ସଫଳ ମଞ୍ଚ ଅଭିନେତା ସୁଶାନ୍ତ, ହର ରଥ, ଉଷସୀ ମିଶ୍ର, ରାନୁ ପାଢ଼ୀ, ବନମାଳୀ ପାଣ୍ଡିଆ, ହାଡୁ, ଦେବୀ ବାରିକ, ସତ୍ୟ ପାଣିଗ୍ରାହୀ, ମନୋରଞ୍ଜନ ଦାସ, ରଞ୍ଜନ ରାଉତ, ସୀତାଂଶୁ, ସୌମ୍ୟ, ଶ୍ରେୟା, ପିଙ୍କି ପ୍ରିୟଦର୍ଶିନୀ ପ୍ରମୁଖ ଅଭିନୟ କରିଛନ୍ତି।

ବେତନ ଅଭିଯୋଗ କଲେ ଚାକିରୀରୁ ବହିଷ୍କାର କରିପାରିବେନି କର୍ତ୍ତୃପକ୍ଷ – ସୁପ୍ରିମକୋର୍ଟ

ମୋହିତ ଚକ୍ରବର୍ତ୍ତୀ ଏବଂ ବାପୁ ଗୋସ୍ୱାମୀ ଗୀତ ଗୁଡିକୁ ରଚନା କରିଛନ୍ତି। ଓଲିଉଡ଼ର ଆଗଧାଡିର କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଦିପ୍ତୀରେଖା ପାଢ଼ୀ, ଶିବାଶିଷ ମିଶ୍ର, ଲିପ୍ସା ମହାପାତ୍ର, ବିଷ୍ଣୁ ମୋହନ କବି ଏବଂ ସତ୍ୟଜିତ ପ୍ରଧାନ କଣ୍ଠଦାନ କରିଛନ୍ତି। ‘ଭୋଟ’ ସିନେମା ଦର୍ଶକଙ୍କ ମନକୁ ନିଶ୍ଚିତ ଭାବେ ଛୁଇଁବ କହିଛନ୍ତି ଏକଥା ପ୍ରଚାର ପ୍ରସାର ଦାୟିତ୍ୱରେ ଥିବା ମିଡ଼ିଆ ପ୍ଲାନର କ୍ରିଏଟିଭ ହେଡ଼ ପ୍ରଣୟ ଜେଠୀ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories