www.samajalive.in
Sunday, December 7, 2025
23.1 C
Bhubaneswar

ମାର୍ଚ୍ଚ ୧୫ରେ ସାରା ଓଡିଶାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ଯାଯାବର ୨.୦

ଭୁବନେଶ୍ୱର : ଆଓ ନେକ୍ସ୍ଟ ପୂର୍ବ ଭାରତର ଲୋକପ୍ରିୟ ଓ ପ୍ରିମିଅମ୍ ଓଟିଟି ପ୍ଲାଟଫର୍ମ ପ୍ରଯୋଜିତ ଓ ଜାଗ୍ରନ ଚଳଚ୍ଚିତ୍ର ମହୋତ୍ସବ ପ୍ରଦର୍ଶିତ ଯାଯାବର ୨.୦ ମାର୍ଚ୍ଚ ୧୫ ରେ ସାରା ଓଡିଶାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହି ଅବସରରେ ଭୁବନେଶ୍ୱର ସ୍ଥିତ ଏକ ତାରକା ହୋଟେଲ ରେ ଏକ ସାମ୍ବାଦିକ ସମ୍ମିଳନୀ ରେ ଆଓ ନେକ୍ସ୍ଟ ର ପ୍ରତିଷ୍ଠାତା କୌଶିକ ଦାସ ଚଳଚ୍ଚିତ୍ର ର ଶୁଭମୁକ୍ତି ତାରିଖ ଘୋଷଣା କରିଥିଲେ ।
ଦୁଇ ଜଣ ଅପରିଚିତ ବ୍ୟକ୍ତି ଏକ ଅପ୍ରତ୍ୟାଶିତ ପରିସ୍ଥିତି ମଧ୍ୟରେ ଭେଟ ହୁଅନ୍ତି ଏବଂ ସେମାନଙ୍କର ଅପରାଧିକ ଅତୀତ ବିଷୟରେ ଦୁଇ ଜଣ ଦୁଇ ଜଣଙ୍କୁ କୁହନ୍ତି  ସେମାନଙ୍କ ମଧ୍ୟରୁ ଜଣେ ଅପରାଧ ଦୁନିଆରେ ହଜି ଯାଏ ହେଲେ ଅନ୍ୟ ଜଣକ ଏଥିରୁ ମୁକ୍ତି ଖୋଜେ । ଜଣେ ଟ୍ୟାକ୍ସି ଡ୍ରାଇଭର ଏବଂ ପାର୍ଟ ଟାଇମ କଣ୍ଟ୍ରାକ୍ଟ କିଲର ଜଗତର ଓଡ଼ିଆ ଚଳଚ୍ଚିତ୍ର ପ୍ରତି ଏକ ଅଦ୍ଭୁତ ସଂଯୋଗ ଅଛି; ବିଶେଷ ଭାବରେ ଶ୍ରୀରାମ ପଣ୍ଡା, ଓଡିଶାର ଜଣେ ଲୋକପ୍ରିୟ ଅଭିନେତା ଯିଏକି ପରେ ସନ୍ୟାସୀ ଜୀବନ ଗ୍ରହଣ କରିଥିଲେ  ଜଗତ, ସତ୍ୟବ୍ରତ ପାଇଁ ଗାଡି ଚଳାନ୍ତି । ନିଜର ଅତ୍ୟଧିକ ଦୋଷ ଅନୁଭବ କରି, ଜଗତକୁ ନିଜର ଜୀବନଭର ସଞ୍ଚୟ ଦେଇ ତାକୁ ନିଜର ଜୀବନ ହରାଇବାକୁ ସତ୍ୟବ୍ରତ କୁହନ୍ତି,  ଆଉ ତା ପରେ ଜଗତ ପାର୍ଟ ଟାଇମ  ବାର ନୃତ୍ୟଶିଳ୍ପୀ ଓ ଗାୟିକା ମାନିନୀଙ୍କୁ ଭେଟିଲା ପରେ ସବୁକିଛି ବଦଳିଯାଏ । ତେବେ ଆଗକୁ କଣ ହେବ?  ଏମିତି ଏକ ରହସ୍ୟରେ ଭରପୁର କାହାଣୀ ହେଉଛି ଯାଯାବର ୨.୦ ।

କୌଶିକ ଦାସ ଏବଂ ରାମ ପଟ୍ଟନାୟକଙ୍କ ପ୍ରଯୋଜିତ ଯାଯାବର ୨.୦ ର ବିଭିନ୍ନ ଭୂମିକାରେ ଅଛନ୍ତି ପ୍ରସନ୍ନଜିତ ମହାପାତ୍ର, ଦେବେଶ ରଞ୍ଜନ, ସୋନାଲି ଶର୍ମିଷ୍ଠା,ବି. ଏମ ବୈଶାଳୀ, ଚୌଧୁରୀ ବିକାଶ ଦାସ, ଶ୍ଵେତା ଆଚାର୍ଯ୍ୟ, ମାନସ ରଞ୍ଜନ ମୁଦୁଲି । ଅଭିଷେକ ଦାସଙ୍କ ଦ୍ୱାରା ଲିଖିତ ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଅଭିଷେକ ସ୍ୱାଇଁ ।

- Advertisement -

ଯାଯାବର ତାରିଖ ଘୋଷଣା ଅବସରରେ ଫିଲ୍ମ ପ୍ରଯୋଜକ କୌଶିକ ଦାସ, ରାମ ପଟ୍ଟନାୟକ, ରଞ୍ଜିତ ମହାନ୍ତି, ସୂର୍ଯ୍ୟ ଦେଓ, ନିର୍ଦ୍ଦେଶକ ଅଭିଷେକ ସ୍ୱାଇଁ, ଅଭିନେତା ଦେବେଶ ରଞ୍ଜନ, ପ୍ରସନ୍ନଜିତ ମହାନ୍ତି, ପାର୍ଥ ସାରଥୀ, ସଙ୍ଗୀତ ନିର୍ଦ୍ଦେଶକ କିଶଲୟ ରୟ, ଗୌରବ ଆନନ୍ଦଙ୍କ ସମେତ ଯାଯାବର ୨.୦ ର ସମସ୍ତ ମେମ୍ବର ଉପସ୍ଥିତ ଥିଲେ । ତେବେ ଆସନ୍ତା ମାର୍ଚ୍ଚ ୧୫ରେ ପ୍ରେକ୍ଷାଳୟରେ ଫିଲ୍ମ ଦେଖି ନିଶ୍ଚିତ ଭାବେ ଶ୍ରୀରାମ ପଣ୍ଡାଙ୍କୁ ମନେ ପକେଇବେ ବୋଲି ପ୍ରଯୋଜକ ପ୍ରକାଶ କରିଥିଲେ । ଯାଯାବର ୨.୦ ର ପ୍ରଚାର ପ୍ରସାର ଦାୟିତ୍ୱରେ ମିଡ଼ିଆ ପ୍ଲାନର କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ ଅଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories