www.samajalive.in
Sunday, December 14, 2025
14.1 C
Bhubaneswar

ଭିନ୍ନ ସ୍ୱାଦର ଓଡ଼ିଆ ଚଳଚ୍ଚିତ୍ର ‘ନିୟତି’, ଆଜି ହେଲା ଟ୍ରେଲର ଏବଂ ଅଡିଓ ଲୋକାର୍ପଣ

ଡେସ୍କ: ସମରେଶ ରାଉତରାୟଙ୍କ ପ୍ରସ୍ତୁତି, ଏସ ଥ୍ରୀ ମୁଭିଜ ପ୍ରଯୋଜିତ ଏବଂ ରିସା ଫିଲ୍ମସ ସହଯୋଗୀତାରେ ନିର୍ମିତ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର ‘ନିୟତି’ ଆସନ୍ତା ୨୧ ଜୁଲାଇ ଶୁକ୍ରବାର ଦିନ ସାରା ଓଡିଶାରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଆଜି ଭୁବନେଶ୍ୱର ପ୍ରେସ କ୍ଲବ ଠାରେ ଚଳଚ୍ଚିତ୍ରର ଟ୍ରେଲର ରିଲିଜ ଏବଂ ଅଡିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ପ୍ରଯୋଜକ ତଥା ଅଭିନେତା ସମରେଶ ରାଉତରାୟ, ନିର୍ଦ୍ଦେଶକ ପିନାକୀ ଶ୍ରୀଚନ୍ଦନ, ଅଭିନେତା ସାନୁ, ଅଭିନେତ୍ରୀ ଦିବ୍ୟା, ପୁପୁଲ ଭୂୟାଁ, କେକେ, ସଙ୍ଗୀତ ନିର୍ଦ୍ଦେଶକ ଅନୁରାଗ ପଟ୍ଟନାୟକ ଏବଂ ମୋ କଲେଜ ଅଧ୍ୟକ୍ଷ ତଥା ଅଭିନେତା ଆକାଶ ଦାସ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଓଡ଼ିଆ ଚଳଚ୍ଚିତ୍ର “ନିୟତି”ର ପ୍ରଯୋଜନା ପ୍ରେମଲତା ରାଉତରାୟ, ସମରେଶ ରାଉତରାୟ ଏବଂ ସୁଧାଂଶୁ ନାରାୟଣ କରିଥିବା ବେଳେ ଏକାଧାରରେ କାହାଣୀ, ଚିତ୍ରନାଟ୍ୟ, ସଂଳାପ ସହିତ ନିର୍ଦ୍ଦେଶନା ଦାୟିତ୍ୱ ପିନାକୀ ଶ୍ରୀଚନ୍ଦନ ନେଇଛନ୍ତି। ଏଥିରେ ଅନୁରାଗ ପଟ୍ଟନାୟକ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ଅକ୍ଷୟ କୁମାର ନାୟକ ଚିତ୍ରତ୍ତୋଳନ, କେଡ଼ି ସିପୁନ ସମ୍ପାଦନା, ଅଧିକାରୀ ସାହୁ ଡି.ଆଇ ଏବଂ ଜେନା ବ୍ରଦର୍ସ ପ୍ରଡ଼କସନ୍ ଡିଜାଇନରେ କରିଛନ୍ତି। ଚଳଚ୍ଚିତ୍ର “ନିୟତି”ର ମୁଖ୍ୟ ଭୂମିକାରେ ଅଭିନେତା ସାନୁ, ଅଭିନେତ୍ରୀ ଦିବ୍ୟା ମହାନ୍ତି ଏବଂ ଆଗଧାଡିର ଅଭିନେତା ସମରେଶ ରାଉତରାୟ ଅଛନ୍ତି। ଅନ୍ୟ ସହଯୋଗୀ କଳାକାର ଭାବେ କେକେ, କାହ୍ନା, ପୁପୁଲ ଭୂୟାଁ, ଶୁଭ୍ରାଂଶୁ, ବିଷାନ, ଉଦିତ ଗୁରୁ, ଅଙ୍କିତ ପଟ୍ଟନାୟକ ଏବଂ ଅଭିଜିତ ପାତ୍ର ଅଭିନୟ କରିଛନ୍ତି। ଅନୁରାଗ ପଟ୍ଟନାୟକ ଙ୍କ ବଳିଷ୍ଠ ସଙ୍ଗୀତ ନିର୍ଦ୍ଦେଶନାରେ ବଲିଉଡ ତଥା ଓଲିଉଡ଼ର ନାମୀ କଣ୍ଠଶିଳ୍ପୀ ଋତୁରାଜ ମହାନ୍ତି, ବିରାଜ, ସବିଶେଷ, ଅନ୍ତରା ଚକ୍ରବର୍ତ୍ତୀ, ଗୀତ୍, ସ୍ମୃତି, ସଂଜୀବ, ଅନୁରାଗ, କ୍ରୀଷ୍ଣା ମିସ୍ତ୍ରୀ (ଉତ୍ସାଜ) ପ୍ରମୁଖ କଣ୍ଠଦାନ କରିଛନ୍ତି।

- Advertisement -

ଓଡ଼ିଆ ଚଳଚ୍ଚିତ୍ର ଜଗତର ପୁନଃରୁଦ୍ଧାର ହୋଇଥିବା ବେଳେ ଚଳଚ୍ଚିତ୍ର ନିୟତିର କାହାଣୀ ଓଡ଼ିଆ ଦର୍ଶକଙ୍କୁ ଏକ ଭିନ୍ନ ସ୍ୱାଦ ଦେବ। ଚଳଚ୍ଚିତ୍ରର ଶୀର୍ଷକରୁ ଜଣାପଡୁଛି ଯେ ଏହା ନିଶ୍ଚିତ ଭାବେ ଏକ ମୌଳିକ କାହାଣୀକୁ ନେଇ ନିର୍ମାଣ ହୋଇଛି। ଚଳଚ୍ଚିତ୍ର “ନିୟତି”କୁ ଓଡିଆ ଦର୍ଶକ ନିଶ୍ଚିତ ଭାବେ ଭଲ ପାଇବା ଦେବେ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ମତ ପ୍ରକାଶ ପାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories