www.samajalive.in
Monday, December 8, 2025
27.1 C
Bhubaneswar

ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ଦେବେ ସରକାର

ଡେସ୍କ: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ପ୍ରାଥମିକ କୃଷି ସମବାୟ ସମିତି ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି ଗଠନ କରଯାଇଛି। ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ଦିଆଯିବ। ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଏହାଦ୍ୱାରା ନବଗଠିତ ୨ ହଜାର ୫୪୨ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହା ଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories