www.samajalive.in
Sunday, December 7, 2025
16.1 C
Bhubaneswar

ଭୁବନେଶ୍ବର-କଟକ କମିଶନରେଟ୍‌ ପୁଲିସ ପାଇଁ ସ୍ବତନ୍ତ୍ର ଅପରାଧ ନିୟନ୍ତ୍ରଣ ଶାଖା ଖୋଲାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭୁବନେଶ୍ବର-କଟକ କମିଶନରେଟ୍‌ ପୁଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ଶାଖା ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ ତଥା ନିଶାଦ୍ରବ୍ୟ ସଂପର୍କିତ ବିଭିନ୍ନ ଅପରାଧ ସଂପର୍କରେ ଅନୁସଂଧାନ କରି ପଦକ୍ଷେପ ନେବେ। ଜଣେ ଡିସିପିଙ୍କ ଅଧୀନରେ ଏହି ସ୍ବତନ୍ତ୍ର ଶାଖା କାର୍ଯ୍ୟ କରିବ । ଏଥିରେ ଜଣେ ଅତିରିକ୍ତ ଡିସିପି, ୩ ଜଣ ଏସିପି, ୯ଜଣ ଇନ୍‌ସପେକ୍ଟର, ୧୨ଜଣ ସବ୍‌ଇନିସ୍‌ପେକ୍ଟର, ୩ ଜଣ ଏଏସ୍‌ଆଇ (ଯୋଗାଯୋଗ), ୩ ଜଣ କନେଷ୍ଟବଳ (ଯୋଗାଯୋଗ) ଓ ୨୭ ଜଣ କନେଷ୍ଟବଳ, ଏହିପରି ୫୯ ଜଣ କର୍ମଚାରୀଙ୍କୁ ନେଇ ଏହି ଶାଖା କାର୍ଯ୍ୟ କରିବ।
ସେହିପରି କମିଶନରେଟ୍‌ ପୁଲିସ ଅଞ୍ଚଳରେ ବର୍ଦ୍ଧିତ ଜନସଂଖ୍ୟା ଦୃଷ୍ଟିରୁ ଲୋକଙ୍କୁ ଉତ୍ତମ ପୁଲିସ ସେବା ଯୋଗାଇ ଦେବା ପାଇଁ ଏହି ଅଞ୍ଚଳରେ ୩ ଗୋଟି ନୂତନ ଥାନାକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ସେହି ନୂଆ ଥାନା ଗୁଡିକ ହେଲା – ପାହାଳ, ଇନ୍‌ଫୋଭାଲି ଓ ବୟାଳିଶମୌଜା/ବେଣ୍ଟକାର । ବାଲିଅନ୍ତା ଥାନା ଅଧୀନରେ କାମ କରୁଥିବା ପାହାଳ ଫାଣ୍ଡି, ଜଟଣୀ ଥାନା ଅଧୀନରେ କାମ କରୁଥିବା ଇନ୍‌ଫୋଭାଲି ଫାଣ୍ଡି ଓ କଟକ ସଦର ଥାନା ଅଧୀନରେ କାମ କରୁଥିବା ବେଣ୍ଟକାର ଫାଣ୍ଡିକୁ ଉନ୍ନୀତ କରାଯାଇ ଏହି ୩ଟି ନୂତନ ଥାନା ସୃଷ୍ଟି କରାଯାଇଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories