www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ମଧ୍ୟ ୪ହଜାରରୁ ଅଧିକ ପଜିଟିଭ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ହଜାର ୫୫୦କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଗତ କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାରରୁ ଅଧିକ ରହିଛି। ଶନିବାର ମଧ୍ୟ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ହଜାର ୫୫୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ତଥ୍ୟକୁ ଆଧାର କରି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୭୬୮ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୬୩, କଟକରୁ ୪୯୧ ଓ ପୁରୀରୁ ୩୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

- Advertisement -

ସେହିପରି ଅନୁଗୋଳରୁ ୧୦୯, ବାଲେଶ୍ବରରୁ ୧୮୩, ବରଗଡ଼ରୁ ୧୧୬, ଭଦ୍ରକରୁ ୪୩ ଏବଂ ବଲାଙ୍ଗୀରରୁ ୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଅନ୍ୟ ପକ୍ଷରେ ବୌଦ୍ଧରୁ ୫୫, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୮୦, ଗଜପତିରୁ ୪୩, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୧୪୬, ଯାଜପୁରରୁ ୧୭୬, ଝାରସୁଗୁଡାରୁ ୮୦, କଳାହାଣ୍ଡିରୁ ୯୦, କନ୍ଧମାଳରୁ ୧୦୨, କେନ୍ଦ୍ରାପଡାରୁ ୧୨୩, କେନ୍ଦୁଝରରୁ ୭୨, କୋରାପୁଟରୁ ୧୧୪ ଏବଂ ମାଲକାନଗିରିରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ତେବେ ମୟୂରଭଞ୍ଜରୁ ୧୦୭, ନବରଙ୍ଗପୁରରୁ ୧୦୨, ନୟାଗଡରୁ ୪୭, ନୂଆପଡାରୁ ୫୨, ରାୟଗଡାରୁ ୯୨, ସମ୍ବଲପୁରରୁ ୧୫୪, ସୁବର୍ଣ୍ଣପୁରରୁ ୮୩, ସୁନ୍ଦରଗଡ଼ରୁ ୧୨୧ ଏବଂ ଷ୍ଟେଟ ପୁଲରୁ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି।

ଅପରପକ୍ଷରେ ରାଜ୍ୟରେ ୩୭ ହଜାର ୨୩୯ ସକ୍ରିୟ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲ ଓ କୋଭିଡ କେୟାର କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ସେହିପରି ଗତକାଲି ୪୧୦୧ ଜଣ ସୁସ୍ଥ ହେବା ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୩୭ହଜାର ୫୬୭କୁ ବୃଦ୍ଧି ପାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories