www.samajalive.in
Saturday, December 6, 2025
16.1 C
Bhubaneswar

ରଜ୍ୟରୁ ୮୮ ନୂଆ ଆକ୍ରାନ୍ତ ଚିହ୍ନଟ : ଜଣେ ମୃତ

ଭୁବନେଶ୍ବର : ସୋମବାର ରାଜ୍ୟରୁ ଆଉ ୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଜଣ ସଙ୍ଗରୋଧରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୩୭ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରକୁ ଆଧାର କରି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ରାଜ୍ୟର ୧୮ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୨୭, ବରଗଡ଼ରୁ ୧୦, ପୁରୀରୁ ୯ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨ଟି ଜିଲ୍ଲାରୁ ଜଣେ ହେଲେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ରାଜ୍ୟର ୧୬ଟି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ନିମ୍ନରେ ରହିଛି।

- Advertisement -

ଗତକାଲି ରାଜ୍ୟରୁ ଆଉ  ୧୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୫୫୪ରେ ପହଞ୍ଚିଛି। ରାଜ୍ୟରେ ୭୪୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଇତି ମଧ୍ୟରେ ରାଜ୍ୟରେ ୮୦ ଲକ୍ଷ ୪୩ ହଜାର ୮୧୭ଟି ନମୂନା ପରୀକ୍ଷା କରାଯାଇଛି।

ଅନ୍ୟ ପକ୍ଷରେ ଆଜି ରାଜ୍ୟରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ଘର ସମ୍ବଲପୁର ଜିଲ୍ଲାରେ ବୋଲି ଜଣାପଡିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୧୧ରେ ପହଞ୍ଚିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories