www.samajalive.in
Saturday, December 13, 2025
26.1 C
Bhubaneswar

କୋଣାର୍କ-ଭୁବନେଶ୍ୱର ନୂଆ ରେଳପଥ : ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ

ଭୁବନେଶ୍ଵର : ବହୁ ପ୍ରତିକ୍ଷିତ କୋଣାର୍କ-ଭୁବନେଶ୍ୱର ରେଳପଥକୁ ନିକଟରେ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁର ମିଳିଛି । ଏହି ଉପଲବ୍ଧି ପାଇଁ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଚିଠି ମାଧ୍ୟମରେ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବକୁ ଧନ୍ୟବାଦ ଜ୍ଞାପନ କରିବା ସହିତ ଏହି ରେଳ ପଥକୁ ନିମାପଡା ଓ ଗୋପ ଦ୍ଵାରା ସଂଯୁକ୍ତ କରିବା ପାଇଁ ଅନୁରୋଧ କରିଥିଲେ । ଏହାଦ୍ୱାରା ନିମାପଡା ଓ ଗୋପ ଅଞ୍ଚଳରେ ପର୍ଯ୍ୟଟନସ୍ଥଳୀର ବିକାଶ ହେବା ସହ ଆଞ୍ଚଳିକ ପରିବହନ ଓ ଯୋଗାଯୋଗ ମଧ୍ୟ ସୁଗମ ହୋଇପାରିବ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଚିଠିରେ ଉଲ୍ଲେଖ କରିଥିଲେ।
ଏହି ଚିଠିର ଉତ୍ତର ଦେଇ ରେଳ ମନ୍ତ୍ରାଳୟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ କୋଣାର୍କ ଭୁବନେଶ୍ୱର ରେଳପଥର ସମ୍ପୂର୍ଣ୍ଣ ପ୍ରୋଜେକ୍ଟ ରିପୋର୍ଟ ପାଇଁ ଗୋପ ଓ ନିମାପଡାରେ ଫାଇନାଲ ଲୋକେଶନ ସର୍ଭେ ପାଇଁ ମଞ୍ଜୁରୀ ଦେଇଛନ୍ତି ।ଏହି ମଞ୍ଜୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା, କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଙ୍କୁ ଅନେକ ଅନେକ କୃତଜ୍ଞତା ଜ୍ଞାପନ କରିଛନ୍ତି।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories