www.samajalive.in
Sunday, December 7, 2025
26.1 C
Bhubaneswar

ଶ୍ରୀମନ୍ଦିର ପାଇଁ ନୂଆ ଏସଓପି ଜାରି: ବଢିଲା ଦୈନିକ ଦର୍ଶନ ଅବଧି, ଶନିବାର ମିଳିବ ଜଗା ଦର୍ଶନ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ନେଇ ନୂଆ ଏସ୍ଓପି ଜାରି କରାଯାଇଛି। ଶ୍ରୀଜିଉଙ୍କ ଦୈନିକ ଦର୍ଶନ ଅବଧି ୨ ଘଣ୍ଟା ବୃଦ୍ଧି କରାଯିବା ସହ ଏଣିକି ଶନିବାର ମଧ୍ୟ ଶ୍ରୀମନ୍ଦିର ଖୋଲା ରହିବ। ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିର ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ଭକ୍ତମାନେ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରୁଥିବା ବେଳେ ଏବେ ଏହାର ଅବଧିକୁ ୨ ଘଣ୍ଟା ବଢାଇ ଦିଆଯାଇଛି। ଏଣିକି ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

- Advertisement -

ସେହିପରି ପୂର୍ବରୁ ସପ୍ତାହକୁ କେବଳ ୫ଦିନ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ଅନୁମତି ମିଳିଥିବା ବେଳେ ଏବେ ୬ଦିନ ଦର୍ଶନ କରିବାର ସୁଯୋଗ ମିଳିବ। ସପ୍ତାହାନ୍ତ ସଟଡାଉନ ହଟିବା ପରେ ଏବେ ଶନିବାର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନକୁ ଅନୁମତି ଦେଇଛି ମନ୍ଦିର ପ୍ରଶାସନ। କେବଳ ସାନିଟାଇଜେସନ ପାଇଁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର।

ରବିବାର ବ୍ୟତୀତ ଅନ୍ୟ ବିଶେଷ ଦିନରେ ମଧ୍ୟ ଶ୍ରୀମନ୍ଦିର ବନ୍ଦ ରହିବ। ଯେପରିକି ସେପ୍ଟେମ୍ବର ୧୦ରେ ଗଣେଶ ପୂଜା, ସେପ୍ଟେମ୍ବର ୧୭ରେ ବିଶ୍ୱକର୍ମା ଓ ବାମନ ଜନ୍ମ, ୬ ଅକ୍ଟୋବରରେ ମହାଳୟା, ୧୫ ଅକ୍ଟୋବରରେ ଦଶହରା, ୨୦ ଅକ୍ଟୋବରରେ କୁମାରପୂର୍ଣ୍ଣିମା ଭଳି ବିଶେଷ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ନଭେମ୍ବରରେ ପୁଣିଥରେ ସମୀକ୍ଷା କରାଯାଇ ନିଷ୍ପତ୍ତି ନିଆଯିବ । ଅପରପକ୍ଷରେ ପୂର୍ବରୁ ମନ୍ଦିରରେ ଦୀପ ଜଳାଇବା ଉପରେ ଯେଉଁ କଟକଣା ଲାଗୁ କରାଯାଇଥିଲା ତାକୁ କୋହଳ କରାଯାଇଛି। ଏଣିକି ମନ୍ଦିରରେ ଶ୍ରଦ୍ଧାଳୁ ଦୀପ ଜାଳି ପାରିବେ।

ଶ୍ରୀମନ୍ଦିରରେ ପ୍ରବେଶ ନିମନ୍ତେ ଜାରି କରୋନା କଟକଣାକୁ ପୂର୍ବ ପରି ଲାଗୁ କରାଯିବ। ମନ୍ଦିର ଭିତରକୁ ପ୍ରବେଶ ପାଇଁ ୭୨ ଘଣ୍ଟା ମଧ୍ୟରେ କରିଥିବା ଆରଟିପିସିଆର ନେଗେଟିଭ ରିପୋର୍ଟ ନଚେତ ଦୁଇଟି ପାନ ଟିକା ନେଇଥିବା ପ୍ରମାଣପତ୍ର ଦେଖାଇବାକୁ ପଡିବ। ଆରଟିପିସିଆର ନେଗେଟିଭ ରିପୋର୍ଟ ନଥିଲେ କିମ୍ବା ଦୁଇ ପାନ ଟିକା ନେଇ ନ ଥିଲେ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ମିଳିବ ନାହିଁ ।

 

 

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories