www.samajalive.in
Saturday, December 13, 2025
21.1 C
Bhubaneswar

ନୂଆ ଜଳ ନୀତି ଲୋକଙ୍କ ଜଳ ଆବଶ୍ୟକତା ପୂରଣରେ ସହାୟକ ହେବ

ଭୁବନେଶ୍ୱର: ରାଜ୍ୟରେ ନୂତନ ଜଳ ନୀତି ପ୍ରଣୟନ ସଂପର୍କିତ ଅନ୍ତଃ ବିଭାଗୀୟ ବୈଠକ ଶନିବାର ରାଜ୍ୟ ଜଳସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଯୋଗଦେଇ ଆଗାମୀ ଦିନରେ ପ୍ରଣୟନ ତଥା କାର୍ଯ୍ୟକାରୀ ହେବାକୁ ଥିବା ପ୍ରସ୍ତାବିତ ନୂତନ ରାଜ୍ୟ ଜଳ ନୀତି ସଂପର୍କରେ ଅବଗତ ହୋଇଥିଲେ। କୃଷି, ଶିଳ୍ପ ତଥା ଆନୁଷଙ୍ଗିକ କ୍ଷେତ୍ରରେ କୃଷକ ତଥା ଜନସାଧାରଣଙ୍କ ନିମନ୍ତେ ଜଳର ଆବଶ୍ୟକତା ପୂରଣ ଦିଗରେ ରାଜ୍ୟ ସରକାର ଯେଉଁ ଲକ୍ଷ୍ୟ ରଖି କାର୍ଯ୍ୟ କରୁଛନ୍ତି, ପ୍ରସ୍ତାବିତ ନୂତନ ଜଳନୀତି ଏ ଦିଗରେ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିଥିଲେ। ବୈଠକରେ ନୂତନ ରାଜ୍ୟ ଜଳ ନୀତିରେ ଜଳ ସଂପଦ ବିଭାଗରେ ଥିବା ବିଭିନ୍ନ ଉପ ବିଭାଗର କାର୍ଯ୍ୟନୀତିରେ ହେବାକୁ ଥିବା ପରିବର୍ତ୍ତନ ସଂପର୍କରେ ବ୍ୟାପକ ଆଲୋଚନା କରାଯାଇଥିଲା। ଜଳସମ୍ପଦ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ମଧ୍ୟମ ,ବୃହତ୍ ଓ କ୍ଷୁଦ୍ର ଜଳସେଚନ, ମେଗା ଲିଫ୍ଟ, ଉଠା ଜଳସେଚନ ଓ ଅନ୍ୟାନ୍ୟ ବ୍ୟବସ୍ଥାରେ ଜଳସେଚନ କରାଯାଉଥିବା ବେଳେ ରାଜ୍ୟ ଜଳନୀତିରେ ଆବଶ୍ୟକ ପରିବର୍ତ୍ତନ କରାଗଲେ ବ୍ୟବସ୍ଥାରେ ଅଧିକ ଉନ୍ନତିକରଣ ହେବ ବୋଲି ଏ ସଂପର୍କରେ ସଂପୃକ୍ତ ବିଭାଗୀୟ ମୁଖ୍ୟଯନ୍ତ୍ରୀମାନେ ପାଓ୍ୱାର ପଏଣ୍ଟ ମାଧ୍ୟମରେ ବୁଝାଇଥିଲେ। ନୂତନ ଜଳନୀତିରେ ଭୂତଳ ଜଳ ସଂରକ୍ଷଣ, ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ଓ ଓ୍ୱାଲମୀ ଜରିଆରେ କାର୍ଯ୍ୟକ୍ରମ ସଂପର୍କିତ ବ୍ୟବସ୍ଥାରେ ଆବଶ୍ୟକ ପରିବର୍ତ୍ତନ ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।
ବୈଠକରେ ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଯୋଗଦେଇ,ନୂତନ ଜଳନୀତିରେ ଆବଶ୍ୟକକଣ କଣ ପରିବର୍ତ୍ତନ କରାଗଲେ ଜନସାଧାରଣ ଅଧିକରୁ ଅଧିକ ବ୍ୟବହାର ଉପଯୋଗୀ ଜଳ ପାଇପାରିବେ, ସେ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ଏବଂ କେତେକ ସ୍ଥଳେ ବିଭାଗୀୟ ଅଧିକାରୀ ତଥା ମୁଖ୍ୟ ଯନ୍ତ୍ରୀମାନଙ୍କୁ ପ୍ରସ୍ତାବିତ ନୂତନ ଜଳ ନୀତିକୁ ପୁନଃ ଅବଲୋକନ କରିବାକୁ ଶ୍ରୀମତୀ ଗର୍ଗ ପରାମର୍ଶ ଦେଇଥିଲେ ।
ସଂପ୍ରତି ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଜଳପରିଚାଳନା, ଜଳର ଉପଯୁକ୍ତ ବ୍ୟବହାର,ଜଳ ଉପରେ ନିର୍ଭର କରୁଥିବା ସହଭାଗୀ ଅନୁଷ୍ଠାନଗୁଡିକର ଆବଶ୍ୟକତାକୁ ଦୃଷ୍ଟି ରାଜ୍ୟ ଜଳନୀତି-୨୦୦୭ ରେ ଆବଶ୍ୟକ ପରିବର୍ତ୍ତନ ଅଣାଯାଇ ନୂତନ ଜଳନୀତି ପ୍ରଣୟନ ପାଇଁ ଜଳସଂପଦ ବିଭାଗ ତରଫରୁ ପଦକ୍ଷେପ ନିଆଯାଇଛି । ଏ ସଂପର୍କରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ମତ୍ସ୍ୟ ଓ ପଶୁସଂପଦ ବିଭାଗ, ପଂଚାୟତିରାଜ ,ପାନୀୟ ଜଳ ଓ ଜଳବାୟୁ ପରିବର୍ତ୍ତନ, ଗୃହ ଓ ନଗର ଉନ୍ନୟନ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ସହ ଅନ୍ୟ ସହଯୋଗୀ ସରକାରୀ ବିଭାଗ ଓ ବେସରକାରୀ ଅନୁଷ୍ଠାନଗୁଡିକ ସହିତ ଆଲୋଚନା ଜାରି ରହିଛି ।ବୈଠକରେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ, ସର୍ବୋଚ୍ଚ ଯନ୍ତ୍ରୀ ଇଂ.ଭକ୍ତ ରଞ୍ଜନ ମହାନ୍ତିଙ୍କ ସମେତ ବିଭାଗର ବିଭିନ୍ନ ଶାଖାର ମୁଖ୍ୟ ଯନ୍ତ୍ରୀ, ନିର୍ଦ୍ଦେଶକ ତଥା ଉଚ୍ଚ ପଦାଧିମାନେ ଯୋଗଦେଇ ମତ ରଖିଥିଲେ ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories