www.samajalive.in
Saturday, December 6, 2025
16.1 C
Bhubaneswar

ଓଡ଼ିଶାର ନବବର୍ଷ ଓ ପ୍ରଥମ ସଂକ୍ରାନ୍ତି ; ମହାବିଷୁବ ସଂକ୍ରାନ୍ତି

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ମଧ୍ୟ ପାଳନ କରାଯାଏ। ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ କରାଯାଇଥାଏ। ଶରୀରର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ମଧ୍ୟ ବ୍ୟବସ୍ଥା ହୋଇଥାଏ। ତେଣୁ ମହାବିଷୁବ ସଂକ୍ରାନ୍ତିରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି। ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories