www.samajalive.in
Monday, November 17, 2025
17.1 C
Bhubaneswar

ରାଜଧାନୀରେ ନବବଧୂଙ୍କୁ ହତ୍ୟା ଅଭିଯୋଗ

ସମାଜଲାଇଭ ଡେସ୍କ: ରାଜଧାନୀ ଭୁବନେଶ୍ଵରରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଚନ୍ଦକା ଥାନା ଶିମିଳିପାଟଣା ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତା ମହିଳା ଜଣକ ହେଲେ ଝରଣା ବେହେରା। ସେ ୬ ମାସ ତଳେ ଶିମିଳିପାଟଣାର ମାନସ ବେହେରାଙ୍କୁ ବିବାହ କରିଥିଲେ। ଶନିବାର ଶାଶୁଘରୁ ତାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ଝରଣାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ ଅଭିଯୋଗ କରାଯାଇଛି।

ବାପଘର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ, ଝରଣାଙ୍କୁ ଗର୍ଭପାତ କରାଇବାକୁ ମାନସ ବାଧ୍ୟ କରାଇଥିଲେ। ସେ ରାଜି ନ ହେବାରୁ ମାନସ ତାଙ୍କୁ ମିଛ କହି ଗର୍ଭନିରୋଧକ ଔଷଧ ଦେଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣା ପରଠୁ ସ୍ଵାମୀ ମାନସ ଫେରାର ଅଛନ୍ତି। ଝିଅକୁ ଯୌତୁକ ନିର୍ଯାତନା ଦିଆଯିବା ସହିତ ମାନସଙ୍କର ପରକୀୟା ପ୍ରୀତି ଥିବା ଝରଣାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ମାନସଙ୍କ ବଡ଼ ଭାଇକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।

Hot this week

ନ୍ୟାୟପାଳିକା, ପ୍ରେସ୍‌ ପ୍ରତି ଜନବିଶ୍ବାସ ରହିଛି : ମାଲବ୍ୟ

ଭୁବନେଶ୍ୱର: ଏବେ ଖବରର ରୁଚି ବଦଳିଛି। ଲୋକ ଯାହା ଚାହୁଁଛନ୍ତି ତାହା...

ଆଜି ସରକାର ଗଠନ ଦାବି କରିବେ ନୀତୀଶ !

ପାଟନା: ବିହାର ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନ୍‌ଡିଏ ସର୍ବାଧିକ ୨୦୨ ଆସନରେ...

ରାମାୟଣ ମଞ୍ଚରେ ‘ସୀତା’ଙ୍କୁ ଉଲଗ୍ନ: ସୀମା ଟପିଲା ଅଶ୍ଲୀଳତା, ଭକ୍ତିଭାବନା ପ୍ରତି କୁଠାରଘାତ

ଦିଗପହଣ୍ଡି: ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି ରାମାୟଣ ନାଟକର ସୀତା ହରଣର...

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

Related Articles

Popular Categories