www.samajalive.in
Saturday, December 6, 2025
26.1 C
Bhubaneswar

ଅନ୍ୟାନ୍ୟ ପଛୁଆ ବର୍ଗ ମହାସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଫୁଲବାଣୀ: ବିଭିନ୍ନ ଦାବିନେଇ ଆଜି କନ୍ଧମାଳ ଅନ୍ୟାନ୍ୟ ପଛୁଆ ବର୍ଗ ମହାସଂଘ ପକ୍ଷରୁ ଏକ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ପ୍ରଶାସନକୁ ପ୍ରଦାନ କରଯାଇଛି। ଦାବି ପ୍ରକାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓବିସି ସମେତ ଉଚ୍ଚବର୍ଗଙ୍କ ଜାତି ଆଧାରରେ ଜନଗଣନା କରିବା, ମଣ୍ଡଳ କମିଶନ ଦ୍ୱାରା ଚିହ୍ନଟ ଓବିସିଙ୍କୁ ଏସ୍‌‌.ଇ.ବି.ସି.ରୁ ଅଲଗା କରି ସ୍ୱତନ୍ତ୍ର ସଂରକ୍ଷଣ ପ୍ରଦାନ କରିବା, ଅନ୍ୟାନ୍ୟ ପଛୁଆ ବର୍ଗଙ୍କୁ ଆର୍ଥିକ ସ୍ୱଚ୍ଛଳ ବର୍ଗ ବ୍ୟବସ୍ଥାକୁ ତୁରନ୍ତ ଉଚ୍ଛେଦ କରିବା, ଅନ୍ୟାନ୍ୟ ପଛୁଆ ବର୍ଗଙ୍କୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ମଣ୍ଡଳ କମିଶନଙ୍କ ସୁପାରିଶ ଅନୁସାରେ ୨୭% ସଂରକ୍ଷଣ କଡାକଡି ଭାବେ ଲାଗୁ କରିବା ସହିତ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତ ସମିତିରେ ଛାତ୍ରାବାସ ନିର୍ମାଣ କରିବା ଭଳି ଦାବି କରାଯାଇଛି। ଏହି ଦାବିପତ୍ର ପ୍ରଧାମନ୍ତ୍ରୀ, ଓଡ଼ିଶା ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ରାଜ୍ୟ ଆୟୋଗ ଅନ୍ୟାନ୍ୟ ପଛୁଆ ବର୍ଗ ଓଡ଼ିଶା ସମେତ ୫-ଟି ସଚିବଙ୍କ ଉଦ୍ଦେଶ୍ୟରେ ମଧ୍ୟ ପ୍ରଦାନ କରାଯିବା ସହିତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories