ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଠାରେ ଥିବା ଶଙ୍ଖ କ୍ଷେତ୍ରର ପ୍ରସିଦ୍ଧ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ତଥା ପୂର୍ବତନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଉପସ୍ଥିତିରେ ରଥ ଯାତ୍ରା କମିଟିର ସଭାପତି ତଥା ଫିରିଙ୍ଗିଆ ସରପଞ୍ଚ ଜଳନ୍ଧର କହଁରଙ୍କ ସଭାପତିତ୍ୱରେ ଜଗନ୍ନାଥ ମନ୍ଦିରର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଗୋଷ୍ଠି ଉନ୍ନୟନ ଅଧିକାରୀ ରଶ୍ମି ରଞ୍ଜନ ମହନ୍ତ, ଗୋଷ୍ଠି ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁମନ୍ତ କୁମାର ମାଝୀ, ଥାନା ଅଧିକାରୀ ତପନ କୁମାର ନାହାକ ଓ ମନ୍ଦିର ପରିଚାଳନା ଓ ରଥ ଯାତ୍ରା ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ମହାପ୍ରଭୁଙ୍କ ରଥ ଯାତ୍ରା ରୀତିନୀତି ସହ ଅନୁଷ୍ଠିତ ହେବା ପାଇଁ ସ୍ଥିର କରାଯାଇଥିବା ବେଳେ ସର୍ବ ସମ୍ମତି କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ବଣିକ ସଙ୍ଘର ପୁର୍ଣ ସହଯୋଗରେ ରଥ ଯାତ୍ରା ପରିଚାଳନା କରିବା ପାଇଁ ନିଷ୍ପତି ଗ୍ରହଣ କରାଯାଇଥିଲା।
Popular Categories



