www.samajalive.in
Sunday, December 7, 2025
18.1 C
Bhubaneswar

ଟ୍ରକ ଧକ୍କାରେ ୨ ସାଇକେଲ ଆରୋହୀ ଗୁରୁତର

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ଜିରିଡାମାଳୀ – କଙ୍କଡ଼ାହାଡ଼ ରାସ୍ତାର ବାଇପାସ ଛକ ଠାରେ ମଙ୍ଗଳବାର ଅପରାହ୍ନରେ ଏକ ଟ୍ରକ ଧକ୍କାରେ ୨ ଜଣ ସାଇକେଲ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତ ଦୁଇ ଜଣ ହେଉଛନ୍ତି ସନ୍ନିକଟ କାନପୁରା ପଞ୍ଚାୟତର ଭାଲୁମୁଣ୍ଡା ଗ୍ରାମର ଇନ୍ଦ୍ରମଣି ପଧାନ ଓ ବିଦେଶୀ ପାତ୍ର। ଭାଲୁମୁଣ୍ଡା ଗ୍ରାମର ଇନ୍ଦ୍ରମଣି ପଧାନ ଓ ବିଦେଶୀ ପାତ୍ର ଜିରିଡାମାଳୀରୁ କାମ ସାରି ଏକ ସାଇକେଲରେ ଯାଉଥିଲେ। ବାଏପାସ ଛକଠାରେ ଏକ ଦ୍ରୁତଗାମୀ ବାର ଚକିଆ ଟ୍ରକ ଧକା ଦେଇଥିଲା। ଫଳରେ ଉଭୟ ଗୁରୁତର ଭାବେ ଆହତ ହୋଇ ପଡ଼ିଥିଲେ। ସେମାନଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories