www.samajalive.in
Sunday, December 14, 2025
19.1 C
Bhubaneswar

ରେଳ ଦୁର୍ଘଟଣାରେ ମୃତ ଯାତ୍ରୀଙ୍କ ସଦଗତି କାମନା କରି ଜିଲା କଂଗ୍ରେସ ପକ୍ଷରୁ ନିରବ ପ୍ରାର୍ଥନା

ବୌଦ୍ଧ: ବାଲେଶ୍ଵର ଜିଲ୍ଲା ବାହାନଗାରେ ଘଟିଥିବା ମର୍ମନ୍ତୁଦ ତଥା ଦେଶର ସବୁଠୁ ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ରେଳଯାତ୍ରୀଙ୍କ ଆତ୍ମାର ସଦଗତି ତଥା ସଂପୃକ୍ତ ପରିବାର ବର୍ଗଙ୍କୁ ଏ ଦୁଃଖ ସହିବ।ର ଧର୍ୟ୍ୟ ଓ ସାହାସ ଦେବାପାଇଁ ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜିଲ୍ଲା କାର୍ୟ୍ୟାଳୟ ଠାରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ପୁନଶ୍ଚ ଏ ମର୍ମନ୍ତୁଦ ଦୁର୍ଘଟଣାରେ ଆହତ ହୋଇଥିବା ସହସ୍ରାଧିକ ଯାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା ଓ ଜୀବନ ରକ୍ଷା ପାଇଁ ପ୍ରାର୍ଥନା କରାଯାଇଥିଲା। ଏହି କାର୍ୟ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ନବ କୁମାର ମିଶ୍ର, ପିସିସି ସଭ୍ୟ ଗଣେଶ ପ୍ରସାଦ ଅଗ୍ରୱାଲ, ମୁଖ୍ୟ ମୁଖପାତ୍ର ଶାନ୍ତନୁ କୁମାର ମହାପାତ୍ର, ତାରିଣୀ ଜେନା, ପ୍ରତାପ ପଣ୍ଡା, ଜୟନ୍ତ ପାଣିଗ୍ରାହୀ, ନୀତେଶ ମେହେର, ବେଣୁଧର ମେହେର, ରୋହିତାଶ୍ଵ ବେହେରା ଓ ଉପ ସଭାପତି ସମରେଶ ମିଶ୍ର ପ୍ରମୁଖ ଏହି କାର୍ୟ୍ୟକ୍ରମରେ ଉପସ୍ଥିତ ରହିଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories