www.samajalive.in
Monday, December 8, 2025
17.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ୨ ଗୁରୁତର

ଲଡୁଗାଁ: କଳାହାଣ୍ଡି ଜିଲ୍ଲା କୋକସରା ୨୬ ନମ୍ବର ଜାତୀୟ ରାଜପଥ କୋକସରା ଧାନ ମଣ୍ଡି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି। କୋକସରା ନିକଟସ୍ଥ ଚିଲିଗୁଡ଼ା ଗ୍ରାମର ଡିଙ୍ଗର ଗହୀର (୩୨) କୋକସରା ପଟକୁ ଆସୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଡୁଡୁକାଠେଙ୍ଗାର ବାଲାଜୀ ଗୋପାଳ (୨୫) ଅନ୍ୟ ଏକ ବାଇକରେ ଆସୁଥିବା ବେଳେ ଉକ୍ତ ସ୍ଥାନରେ ଉଭୟ ବାଇକ୍ ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ଦୁଇଜଣ ଗୁରୁତର ହୋଇଥିବା ବେଳେ କୋକସରା ଅଗ୍ନିସମ ବିଭାଗ କର୍ମଚାରୀ ସମେତ ସ୍ଥାନୀୟ ଯୁବକମାନେ କୋକସରା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ବିଳମ୍ବିତ ରାତିରେ ଆମ୍ବୁଲାନ୍ସ ସେବା ନ ପାଇବାରୁ ଦୁଇ ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେବାରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ବେଳେ ଶେଷରେ ଏକ ଘରୋଇ ବୋଲେରୋ ସାହାଯ୍ୟରେ ଗୁରୁତରଙ୍କୁ ନିଆଯାଇଥିଲା।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories