www.samajalive.in
Saturday, December 13, 2025
26.1 C
Bhubaneswar

ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ଢେଙ୍କାନାଳ : ଢେଙ୍କାନାଳ ଜିଲା ସରାଙ୍ଗସ୍ଥିତ ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୫ ଜଣ ଛାତ୍ର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ତାଳଚେର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ରାତିରେ କଲେଜର କନିଷ୍ଠ ଓ ବରିଷ୍ଠ ଛାତ୍ରଙ୍କ ମଧ୍ୟରେ କୌଣସି କାରଣରୁ ପାଟିତୁଣ୍ଡ ହୋଇଥିଲା। ଏହାପରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। ହଷ୍ଟେଲରେ ବ୍ୟାପକ ଭଙ୍ଗାରୁଜା ମଧ୍ୟ ହୋଇଛି। ଘଟଣାସ୍ଥଳରେ ପରଜଙ୍ଗ ଥାନା ଓ ସରାଙ୍ଗ ଫାଣ୍ଡି ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories