ଭୁବନେଶ୍ୱର : ବୁଧବାର ବିଧାନସଭା ପରିସରରେ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ପ୍ରଥମେ ବିଧାନସଭା ପରିସରରେ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା। ପରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବିଧାନସଭା ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାସହ ବାପୁଙ୍କ ସ୍ମୃତିଚାରଣ କରାଯିବା ସହ ରଘୁପତି ରାଘବ ରାଜାରାମ ସଂଗୀତ ପରିବେଷଣ କରାଯାଇଥିଲା।
ବିଧାନସଭା ପରିସରରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
Popular Categories



