www.samajalive.in
Sunday, December 14, 2025
17.1 C
Bhubaneswar

ସୁରଜମଲ୍‌‌ କଲେଜ ଓ କତରବଗା ସରସ୍ୱତୀ ଶିଶୁବିଦ୍ୟା ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ

ରେଙ୍ଗାଲି: ରେଙ୍ଗାଲି ସ୍ଥିତ ସୁରଜମଲ୍‌‌ ଜଲେଜ ପରିସରରେ ଆନ୍ତର୍ଜାତିକ ଯୋଗ ଦିବସ କଲେଜର ଜାତୀୟ ସେବା ଯୋଜନା ପକ୍ଷରୁ ପାଳିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡଃ ମନୋଜକୁମାର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜାତୀୟ ସେବା ଯୋଜନା ଦାୟିତ୍ୱରେ ଥିବା ଅଧ୍ୟାପକ ଅଜୟ କୁମାର ସାହୁ ପ୍ରାରମ୍ଭିକ ସୂଚନା ଏବଂ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଯୋଗ ପ୍ରଶିକ୍ଷକ ରଞ୍ଜନ କୁମାର ସାହୁ ଅତିଥି ରୂପେ ଯୋଗ ଦେଇ ଜୀବନ ଧାରଣର ଶୈଳି ଏବଂ ଯୋଗର ଉପକାରିତା ଉପରେ ଆଲୋକପାତ କରିବା ସହିତ ଛାତ୍ରଛାତ୍ରୀ,ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ମାନଙ୍କୁ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। କଲେକ ଜାତୀୟ ସେବା ଯେଜନା ର ସଦସ୍ୟା ଅଧ୍ୟାପିକା ନଳିନୀ ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

ସେହିପରି ରେଙ୍ଗାଲି ବ୍ଳକର କତରବଗା ଠାରେ ଥିବା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଶ୍ୱ ଯୋଗ ଦିବସ ପାଳନ କରାଯାଇଥିଲା। ବିଦ୍ୟାଳୟ ପରିଚାଳନା କମିଟୀର ସଭାପତି ପୂର୍ଣଚନ୍ଦ୍ର ସାହୁ ବିଶ୍ୱ ଯୋଗ ଦିବସ ପାଳନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ଶ୍ୟାମାନନ୍ଦ ସାହୁ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories