www.samajalive.in
Sunday, December 14, 2025
19.1 C
Bhubaneswar

ଫାଇଲେରିଆ ନିରାକରଣ ପାଇଁ ବ୍ଲକସ୍ତରୀୟ ବୈଠକ ଅନୁଷ୍ଠିତ

ପାତ୍ରପୁର: ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଫାଇଲେରିଆ ନିରାକରଣ ପାଇଁ ବ୍ଲକସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।ଆଗାମୀ ୧୦ତାରିଖରୁ ୧୯ ତାରିଖ ଯାଏଁ ଅନୁଷ୍ଠିତ ହେବାକୁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ବୈଠକ ପାତ୍ରପୁର ବିଡ଼ିଓ ସୁଶ୍ରୀ ସୁମନ ସୁଧା କୁଣ୍ଡୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦୁଇବର୍ଷରୁ ଉର୍ଦ୍ଧ୍ୱ ସମସ୍ତ ବ୍ୟକ୍ତି ଏହି କାର୍ଯ୍ୟକ୍ରମ ମଧ୍ୟରେ ଅନ୍ତର୍ଭୁକ୍ତ ହେବେ। ପାତ୍ରପୁର ବ୍ଲକରେ ଫାଇଲେରିଆ ରୋଗର ସମ୍ପୂର୍ଣ୍ଣ ନିରାକରଣ ହୋଇ ରୋଗୀ ସଂଖ୍ୟା ଶୂନ କରିବା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା.ସମ୍ବିତ ବେଗରାୟ ସମସ୍ତ ବିଭାଗର ସହଯୋଗ ଲୋଡିଥିଲେ। ବଣ୍ଟନ ହେବାକୁ ଥିବା ଔଷଧ ଯେମିତି ସମସ୍ତେ ସେବନ କରିବେ ସେ ଦିଗରେ ସମସ୍ତଙ୍କ ମିଳିତ ପ୍ରୟାସ ନେଇ ତହସିଲଦାର ଅମିତ କୁମାର ନାୟକ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପରାମର୍ଶଦାତା ସୁଜିତ କୁମାର କାର୍ଜି, ତୁମ୍ବା ଉନ୍ନୟନ ସ୍ୱତନ୍ତ୍ର ଅଧିକାରୀ ଚେତନା ସେଠୀ, ଏବିଓ ନର୍ମଦା ପଣ୍ଡା, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପଦ୍ମିନୀ ନାୟକ, ବିପିଏମ ରବିନାରାୟଣ ସାହୁ, ମ୍ୟାଲେରିଆ ସୁପରଭାଇଜର ଦୀପକ ମହାପାତ୍ର ପ୍ରମୁଖଙ୍କ ସହ ଶିଶୁବିକାଶ ଓ ବନବିଭାଗ କର୍ମଚାରୀ ଉପସ୍ଥିତ ଥିଲେ। ସେହିପରି ସୁରଙ୍ଗୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମଧ୍ୟ ଏକ ବୈଠକ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ମୂଖ୍ୟ ଡାକ୍ତର ସମ୍ବିତ ବେଗରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ ସ୍ୱାସ୍ଥ୍ୟ ବିଭାଗ ଓ ଅନ୍ୟ ବିଭାଗର କର୍ମଚାରୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories