www.samajalive.in
Thursday, December 11, 2025
14.1 C
Bhubaneswar

ଅଚଳକୋଟ ଆଦର୍ଶ ବିଦ୍ୟାଳୟର ଛାତ୍ରାବାସ ଭିତ୍ତିପ୍ରସ୍ତର ପ୍ରତିଷ୍ଠା

ତିଗିରିଆ: ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଆଭାସୀ ମାଧ୍ୟମରେ ତିଗିରିଆ ବ୍ଲକ ଅଚଳକୋଟସ୍ଥିତ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସର ଶୁଭ ଶିଳାନ୍ୟାସ ଅନୁଷ୍ଠିତ ହୋଇଯାଇଛି। ନୂଆପାଟଣାସ୍ଥିତ ଆଦର୍ଶ ବିଦ୍ୟାଳୟ ଅସ୍ଥାୟୀ କ୍ୟାମ୍ପସ ପରିସରରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଅମ୍ବୁଜ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୃଷି ମତ୍ସ୍ୟ ପଶୁସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସନ୍ଧ୍ୟାରାଣୀ ନାୟକ, ଉପାଧ୍ୟକ୍ଷ ମାନସ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଣବ କୁମାର ବେହେରା, ବ୍ଲକ ଶିକ୍ଷାଧିକାରୀ ପ୍ରିୟରଞ୍ଜନ ହୋତା, ସେରିଫେଡ ସଭାପତି ଭାଗୀରଥୀ ନନ୍ଦ ଓ ଲଲିତକୃଷ୍ଣ ଦାସ ଯୋଗ ଦେଇଥିଲେ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories