www.samajalive.in
Monday, December 8, 2025
14.1 C
Bhubaneswar

ସରିଲା +୨ ଆବେଦନ, ୬ରେ ପ୍ରଥମ ମେଧା ତାଲିକା

ଭୁବନେଶ୍ବର: ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜଗୁଡ଼ିକରେ +୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାରେ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧି ଶୁକ୍ରବାର ଶେଷ ହୋଇଛି। ଦୁଇଥର ଏହି ଅବଧିକୁ ବଢ଼ାଯାଇଥିଲା। ପ୍ରଥମେ ୨୦ରୁ ୨୬ ଏବଂ ପରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି ହୋଇଥିଲା। ଶୁକ୍ରବାର ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ ପାଇଁ ସୁଯୋଗ ଦିଆଯାଇଥିଲା।

ସୂଚନା ଅନୁସାରେ, ରାଜ୍ୟରେ ମୋଟ ୨୧୫୩ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୫ ଲକ୍ଷ ୨୬ ହଜାର ୬୭୦ ଆସନ ରହିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୫ ଲକ୍ଷ ୭ ହଜାର ୪୭୬ ଜଣ ପଞ୍ଜୀକରଣ କରିଥିବା ବେଳେ ୪ ଲକ୍ଷ ୭୨ ହଜାର ୨୭୨ ଜଣ ଅନଲାଇନରେ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୬୭ ହଜାର ୩୫୮ ଜଣ ଦେୟ ପୈଠ କରିଛନ୍ତି। ଆସନ୍ତା ୬ ତାରିଖରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟ ମେଧା ତାଲିକାରେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀ ଜୁଲାଇ ୭ରୁ ୧୩ ତାରିଖ ମଧ୍ୟରେ ନାମ ଲେଖାଇବେ।

- Advertisement -

ସେହିପରି ୨ୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୧୯ରେ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ନାମଲେଖା ୨୦ରୁ ୨୨ ତାରିଖ ମଧ୍ୟରେ ହେବ। ସ୍ପଟ୍ ମେଧା ତାଲିକା ଜୁଲାଇ ୨୭ରେ ଆସିବ ଏବଂ ୨୯ ରୁ ୩୧ ମଧ୍ୟରେ ନାମଲେଖା ପାଇଁ ଧାର୍ଯ୍ୟ କରାଯାଇଛି। ଏକାଦଶ ଶ୍ରେଣୀ ପାଠପଢ଼ା ଅଗଷ୍ଟ ୧ରୁ ଆରମ୍ଭ ହେବ। ଚଳିତବର୍ଷ ଯୁକ୍ତଦୁଇ ଆସନ ସଂଖ୍ୟା ବୃଦ୍ଧି କରାଯାଇଛି। ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଥର ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories