www.samajalive.in
Sunday, December 14, 2025
19.1 C
Bhubaneswar

ତିନି ଦିନ ଧରି କାଦୁଅ ପାଣି ବ୍ୟବହାର କରି ଚିନ୍ତାରେ ଗ୍ରାମବାସୀ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ସଦର ମହକୁମାରେ ତିନି ଦିନ ଧରି କାଦୁଅ ପାଣି ବ୍ୟବହାର କରି ଚିନ୍ତାରେ ଗ୍ରାମବାସୀ ରହିଥିବା ଦେଖିବାକୁ ମିଳିଛି। ତିନି ଦିନ ଲଗାଣ ବର୍ଷା ଜାରି ରହିଥିବା ଯୋଗୁଁ ନଦୀର ଅପରିଷ୍କାର କାଦୁଅ ପାଣି ଆସୁଥିବାରୁ ସେହି ପାଣିକୁ ଗ୍ରାମିଣ ଜଳ ଯୋଗାଣ ବିଭାଗ ତରଫରୁ ଜଳ ଯୋଗାଇ ଦିଆଯାଉଛି। ନଦୀର ପାଣି ବହୁତ କାଦୁଅ, ଦୁର୍ଗନ୍ଧ ହୋଇଥିବା ଯୋଗୁଁ ଗ୍ରାମବାସୀ ରୋଗ ବ୍ୟାପିବା ନେଇ ଭୟରେ ଅଛନ୍ତି। ତୁରନ୍ତ ଏହି ସମସ୍ୟା ପ୍ରତି ଦୃଷ୍ଟି ଦେଇ ଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ଗ୍ରାମବାସୀମାନେ ଦାବୀ କରିଛନ୍ତି। ଯଦି ଏହାର ତୁରନ୍ତ ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories