www.samajalive.in
Sunday, December 14, 2025
23.1 C
Bhubaneswar

ପାଞ୍ଚଗାଁରେ ପୋଷାକ ବିତରଣ ଉତ୍ସବ

ତିଗିରିଆ: ତିଗିରିଆ ବ୍ଲକ ଅନ୍ତର୍ଗତ ପାଞ୍ଚଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଅବିନାଶ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରିୟରଞ୍ଜନ ହୋତା ଯୋଗ ଦେଇ କୋମଳମତି ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ ସହିତ ସେମାନଙ୍କୁ ଜଣେ ଜଣେ ଭଲ ମଣିଷ ଭାବେ ଗଢି ତୋଳିବା ଦିଗରେ ଶିକ୍ଷକ/ଶିକ୍ଷୟିତ୍ରୀଙ୍କର ଗୁରୁଦାୟିତ୍ୱ ରହିଛି ବୋଲି ମତପ୍ରକାଶ କରିଥିଲେ।କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ନିରଞ୍ଜନ ଦଳେଇ, ଜିଲ୍ଲା ପରିଷଦ ସଭ୍ୟ ସଞ୍ଜୟ କୁମାର ମଲ୍ଲିକ, ସାଧନ କେନ୍ଦ୍ର ସଂଯୋଜକ ଚନ୍ଦ୍ରକାନ୍ତ ମିଶ୍ର, ଯୋଗଦେଇ ଥିଲେ । ସ୍କୁୁଲ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories