www.samajalive.in
Sunday, December 7, 2025
14.1 C
Bhubaneswar

ବିଜେପି ସଦର ନିର୍ବାଚନମଣ୍ଡଳୀ ମହାଜନସମ୍ପର୍କ ଅଭିଯାନ

କେନ୍ଦୁଝରଗଡ଼: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୯ବର୍ଷ ଶାସନ ପୂର୍ତ୍ତି ଅବସରରେ ବିଜେପି ସଦର ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ସଂସ୍କୃତି ଭବନ ଠାରେ ମଙ୍ଗଳବାର ଏକ ମହାଜନସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ନଗରମଣ୍ଡଳ ସଭାପତି ବିଶ୍ୱଜିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଦର ବିଧାୟକ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିବା ସହ ଏହା କିଭଳି ବୁଥ୍‌‌ସ୍ତରରେ ଲୋକଙ୍କ ନିକଟରେ ପହଞ୍ଚାଯାଇ ପାରିବ ସେ ନେଇ ପ୍ରତ୍ୟେକ ନେତା ଓ କର୍ମୀଙ୍କୁ ଆହ୍ୱାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଦର ବିଧାନସଭା ପ୍ରଭାରୀ ରାମଚନ୍ଦ୍ର ସାହୁ, ଜିଲା ସମ୍ପାଦକ ଶିବକୁମାର ରାଠୋର, ସମବାୟ ସଂସ୍ଥା ଜିଲା ସଂଯୋଜକ ଅଜୟ କୁମାର ସାହୁ, ପୂର୍ବତନ ଜିଲା ସଭାପତି ଅଶ୍ୱିନୀ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା କିରଣବାଳା ନାଏକ, ନଗରମଣ୍ଡଳ ପ୍ରଭାରୀ ଦିଲ୍ଲୀପ କୁମାର ପଣ୍ଡା ପ୍ରମୁଖ ମଞ୍ଚାସୀନ ହୋଇକେନ୍ଦ୍ର ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନିର୍ବାଚନମଣ୍ଡଳୀର ପ୍ରତି ବୁଥ୍‌‌ରେ ଘରେ ଘରେ ପହଞ୍ଚାଇ ଲୋକଙ୍କୁ ସଚେତନ କରିବାକୁ ମତବ୍ୟକ୍ତ କରିଥିଲେ। ସଦର ବିଧାନସଭା ସଂଯୋଜକ ବିବେକାନନ୍ଦ ମହାନ୍ତ ସଭା ପରିଚାଳନା କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ କେନ୍ଦୁଝରଗଡ଼ ପୌରପାଳିକାର ବିଜେପି କାଉନସିଲରଗଣ ମଧ୍ୟ ଉପସ୍ଥିତ ଥିଲେ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories