ପୋଷାକ ବିତରଣ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟରର ବକବାହାଲ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କରିବା ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ମାଗଣା ଗଣପୋଷାକ ଦେବାକୁ ନିର୍ଦ୍ଦେଶ ମିଳିବା କ୍ଷଣି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କୁନି ସାହୁ ତୁରେକେଲା କ୍ଳଷ୍ଟରରେ ସର୍ବ ପ୍ରଥମେ ପୋଷାକ ବିତରଣ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସମୁଦ୍ର ରଣାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅତିରିକ୍ତ ଶିକ୍ଷା ଅଧିକାରୀ ଚନ୍ଦ୍ରଭାନୁ ବେହେରା ଓ ତୁରେକେଲା କ୍ଳଷ୍ଟର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ଅତିଥି ଭାବରେ ଯୋଗ ଦେଇଥିଲେ।
Comments are closed.