www.samajalive.in
Sunday, December 14, 2025
26.1 C
Bhubaneswar

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର

ବୌଦ୍ଧ: ଜିଲା ଶ୍ରମ ବିଭାଗ ପକ୍ଷରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ଟାଉନହଲଠାରେ ଅନୁଷ୍ଠିତ ଏହି ସହାୟତା ବଣ୍ଟନ ଶିବିରରେ ମୁଖ୍ୟଅତିଥି ଭାବରେ ପଞ୍ଚାୟତିରାଜ ଓ ପାନୀୟଜଳ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ରାଜ୍ୟ ସରକାର ନିର୍ମାଣ ଶ୍ରମିକମାନଙ୍କୁ ସହାୟତା ପାଇଁ ଅନେକ ଯୋଜନା କାର୍ଯ୍ୟକାରି କରିଛନ୍ତି ବୋଲି ପ୍ରକାଶ କରିଥିଲେ। ଜିଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୨-୨୩ ରେ ନିର୍ମାଣ ଶ୍ରମିକମାନଙ୍କୁ ଶିକ୍ଷା ସହାୟତା ବାବଦକୁ ୬୮୪୦୦ ଟଙ୍କା ପ୍ରଦାନ କରାଯାଇଥିବା ବେଳେ ୭୮୮ ଜଣଙ୍କୁ ବିବାହ ସହାୟତା ବାବଦକୁ ୩ କୋଟି ୯୨ ଲକ୍ଷ ଟଙ୍କା, ୩ ଜଣ ପ୍ରସୂତୀ ମହିଳାଙ୍କୁ ୩୦ ହଜାର ଟଙ୍କା, ୨୨ ଜଣ ନିର୍ମାଣ ଶ୍ରମିକ ପରିବାରକୁ ମୃତ୍ୟୁକାଳୀନ ସହାୟତା ୪୩ ଲକ୍ଷ ଟଙ୍କା ଓ ୧୩ ଟି ପରିବାରକୁ ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ୬୫ ହଜାର ଟଙ୍କା ଏହିପରି ସର୍ବମୋଟ ୮୩୭ ଜଣ ନିର୍ମାଣ ଶ୍ରମିକଙ୍କୁ ୪ କୋଟି ୩୬ ଲକ୍ଷ ୬୩ ହଜାର ୪୦୦ ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories