ବଲାଙ୍ଗୀର : ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ସାଲେପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗାଁରେ ଥିବା ଏକ କୂଅରେ ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କ କେହି ବଳି ଦେଇ କୂଅରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ପୁଲିସ ତଦନ୍ତ ଜାରି ରଖିବା ସହ ବ୍ୟବଚ୍ଛେଦ ରିର୍ପୋଟ ଆସିବା ପରେ ଘଟଣାର ପ୍ରକୃତ ସତ୍ୟାସତ ଜଣାପଡ଼ିବ ବୋଲି ସୂଚନା ମିଳିଛି।
Popular Categories



