www.samajalive.in
Monday, December 8, 2025
17.1 C
Bhubaneswar

ପ୍ରଜ୍ଞାନ ମିଶନର ପ୍ରସ୍ତୁତି ବୈଠକ

ଆଠଗଡ଼: ପ୍ରଜ୍ଞାନ ମିଶନ ଆନୁକୁଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ୫ମ ରାଜ୍ୟସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ପାଇଁ ଆଠଗଡ଼ ବ୍ଲକସ୍ତରୀୟ ପ୍ରସ୍ତୁତି ବୈଠକ ରାସରସିକପୁରସ୍ଥିତ ସରସ୍ୱତୀ ଶିଶୁମନ୍ଦିର ପ୍ରାଙ୍ଗଣରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଜ୍ଞାନ ମିଶନର ଅଞ୍ଜନେୟାନନ୍ଦ ଗିରିଙ୍କ ପୌରୋହିତ୍ୟରେ ଏବଂ ଶିକ୍ଷାବିତ୍‌‌ ନବକିଶୋର ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଜଳନ୍ଧର ସାହୁ, ଧର୍ମାନନ୍ଦ ବେହେରା, ନକୁଳଚନ୍ଦ୍ର ସାହୁ, ଶିବପ୍ରସାଦ ପଣ୍ଡା ଓ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟା ମନସ୍ୱିନୀ ପଣ୍ଡା ଉପସ୍ଥିତ ରହି କାର୍ଯ୍ୟକ୍ରମ ଆୟୋଜନ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଥିଲେ। ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଅଧିକରୁ ଅଧିକ ସଂଖ୍ୟାରେ କିପରି ଭଗବତ ଗୀତା ଦ୍ୱାରା ପ୍ରଭାବିତ ଓ ଅନୁପ୍ରାଣିତ ହୋଇପାରିବେ ସେହି ଲକ୍ଷ୍ୟ ଓ ଉଦ୍ଦେଶ୍ୟରେ ପ୍ରଜ୍ଞାନ ମିଶନ ପକ୍ଷରୁ ନିରନ୍ତର ପ୍ରୟାସ ଜାରି ରହିଛି ବୋଲି ଶ୍ରୀ ଗିରି ପ୍ରକାଶ କରିଥିଲେ। ଆଠଗଡ଼ ବ୍ଲକର ପ୍ରତ୍ୟେକ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ କିପରି ଆସନ୍ତା ସେପ୍ଟେମ୍ବର ୩ତାରିଖରେ ଆୟୋଜିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ ଭାଗନେବେ ସେ ଦିଗରେ ପ୍ରଚେଷ୍ଠା କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସେପ୍ଟେମ୍ବର ୩ତାରିଖ ସକାଳ ୮ଟାରେ ରାସରସିକପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ବିଦ୍ୟାଳୟର ସଂପାଦକ ଶରତଚନ୍ଦ୍ର ସାମନ୍ତ ଏ ବିଷୟରେ ନିଜର ମତାମତ ଦେବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories