www.samajalive.in
Saturday, December 13, 2025
21.1 C
Bhubaneswar

ତୁରେକେଲା କ୍ଳଷ୍ଟର ବିଦ୍ୟାଳୟରେ ପୋଷାକ ବିତରଣ

କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧିନସ୍ଥ ବିଦ୍ୟାଳୟ ମାନଙ୍କରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଦିଆଯାଇଥିଲା। ଗଇଁତାପଡା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବରେ ଅତିରିକ୍ତ ଶିକ୍ଷା ଅଧିକାରୀ ଚନ୍ଦ୍ରଭାନୁ ବେହେରା, କ୍ଳଷ୍ଟର ସଂଯୋଜକ ବିରଂଚି ନାରାୟଣ ଦାଶ ଯୋଗ ଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଟିକେମନ ସମରଥ, ପ୍ରଧାନ ଶିକ୍ଷକ ଦେବ ବଗର୍ତ୍ତୀ, ଶିକ୍ଷକ ସୁନୀଲ ରଂଜନ ସଲତାର ସମେତ ସମସ୍ତ ସଭ୍ୟ ସଭ୍ୟା ଉପସ୍ଥିତ ରହିଥିଲେ। ତଦନୁସାରେ ଗଞ୍ଜାଉଡାର ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ପୋଷାକ ବଣ୍ଟନ କରାଯାଇଥିଲା।

ଅତିଥି ଭାବରେ ଅତିରିକ୍ତ ଶିକ୍ଷା ଅଧିକାରୀ ଚନ୍ଦ୍ରଭାନୁ ବେହେରା, କ୍ଳଷ୍ଟର ସଂଯୋଜକ ବିରଂଚି ନାରାୟଣ ଦାଶ ଯୋଗ ଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରକାଶ ହଂସ, ପ୍ରଧାନ ଶିକ୍ଷକ ସୁରୁମଣି ମେହେର, ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପନିକା ତଥା ସଭ୍ୟସଭ୍ୟା ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଗଣପୋଷାକ ବିତରଣ କରିଥିଲେ। ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଆମେରିକାନ ଇଣ୍ଡିଆ ଫାଉଣ୍ଡେସନ ତରଫରୁ ସଂଯୋଜକ ବିଜୁଦାସ ମହାନନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ଡ୍ରଇଂଖାତା, ରବର, ଶିଶା, କଟର ଆଦି ପ୍ରଦାନ କରିଥିଲେ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories