www.samajalive.in
Tuesday, December 9, 2025
16.1 C
Bhubaneswar

ବନାଯୋଡିରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର

କେନ୍ଦୁଝରଗଡ଼଼: ସଦର ବ୍ଲକ ବନାଯୋଡିସ୍ଥିତ ସାଇ ଆନନ୍ଦ ଇଣ୍ଟରନ୍ୟାସନାଲ ବିଦ୍ୟାଳୟରେ ଶନିବାର ଭୂମିକା ଚକ୍ଷୁ ହସ୍ପିଟାଲ କେନ୍ଦୁଝର, ଆଇଡିଆଲ ଡେଭଲପମେଣ୍ଟ ଏଜେନ୍ସି (ଆଇଡିଏ) ଓ ରୋଟାରୀ ଗ୍ରୀନ ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।

ରୋଟାରୀ ଗ୍ରୀନ ସଭାପତି ସୁଧାଂଶୁ ଶେଖର ପଟ୍ଟନାୟକ ଓ ଆଇଡିଏ ସଭାପତି କିଶୋର ଚନ୍ଦ୍ର ସାହୁ ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌‌ଘାଟନ କରିଥିଲେ। ପୂର୍ବାହ୍ନ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ଶିବିରରେ ସାଇ ଆନନ୍ଦ ଇଣ୍ଟରନ୍ୟାସନାଲ ବିଦ୍ୟାଳୟର ଛାତ୍ରଛାତ୍ରୀ, ଆଇଡିଏ ପରିଚାଳିତ ଆନନ୍ଦାଶ୍ରମର ଅନ୍ତେବାସୀଙ୍କ ସମେତ ଆଖପାଖ ଅଞ୍ଚଳର ବହୁ ଜନସାଧାରଣ ଯୋଗଦେଇ ନିଜ ନିଜର ଚକ୍ଷୁ ପରୀକ୍ଷା କରିବା ସହ ଆବଶ୍ୟକୀୟ ଚିକିତ୍ସା ପରାମର୍ଶ ଓ ମାଗଣାରେ ଔଷଧ ଯୋଗାଇ ଦିଆଯାଇଥିଲା। ଆନନ୍ଦାଶ୍ରମ ଅନ୍ତେବାସୀ ଓ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ମିଶାଇ ମୋଟ ୧୬ଜଣଙ୍କ ମୋତିଆବିନ୍ଦୁ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କୁ କେନ୍ଦୁଝରସ୍ଥିତ ଭୂମିକା ଚକ୍ଷୁ ଚିକିତ୍ସାଳୟକୁ ମାଗଣାରେ ଅସ୍ତ୍ରୋପଚାର ପାଇଁ ପଠାଯାଇଥିଲା। ରୋଟାରୀଆନ କର୍ଣ୍ଣାଟକେଶରୀ ଜେନାଙ୍କ ନେତୃତ୍ୱରେ ଆୟୋଜିତ ଏହି ଶିବିର ଆୟୋଜନ ଓ ପରିଚାଳନାରେ କେନ୍ଦୁଝର ରୋଟାରୀ ଗ୍ରୀନର ବହୁ ସଦସ୍ୟ ସଦସ୍ୟା ଏବଂ ସାଇ ଆନନ୍ଦ ଇଣ୍ଟରନ୍ୟାସନାଲ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories