ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ଜେଲ ଦଣ୍ଡ

ଫୁଲବାଣୀ: ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଆଜି ଫୁଲବାଣୀ ସ୍ବତନ୍ତ୍ର ପୋକସୋ ଅଦାଲତ ଅଭିଯୁକ୍ତକୁ ୨୫ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଏକ ବର୍ଷ ଅଧିକ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ଜି ଉଦୟଗିରି ଥାନା ଅଞ୍ଚଳର ବିଜୟ ନାୟକ (୫୫)।
ସୂଚନା ଅନୁଯାୟୀ, ଅଭିଯୁକ୍ତ ବିଜୟ ଗତ ୨୦୨୦ ମସିହା ଡିସେମ୍ବର ୧ ତାରିଖ ଦିନ ଜି ଉଦୟଗିରି ଥାନା ଅଞ୍ଚଳର ଜନୈକା ୭ ବର୍ଷର ନାବାଳିକା ସହ ଦୁଷ୍କର୍ମ କରିଥିଲେ। ପିଡିତାର ମା’ର ଏତଲା ଆଧାରରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଥିଲା। ଆଜି ଫୁଲବାଣୀ ସ୍ବତନ୍ତ୍ର ପୋକସୋ କୋର୍ଟର ବିଚାରପତି ସଞ୍ଜିତ କୁମାର ବେହେରା ଏହି ମାମଲାର ଶୁଣାଣୀ କରି ସାକ୍ଷୀ ମାନଙ୍କ ବୟାନ ଓ ପାରିପାର୍ଶ୍ବିକ ପ୍ରମାଣ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ଡ ଶୁଣାଇଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ।
Comments are closed.