ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ବିଜୁ ପଟ୍ଟନାୟକ ଅଡିଟୋରିୟମ ଠାରେ ଆଜି ଅପରାହ୍ନରେ ବିଶ୍ଵବିଦ୍ୟାଳୟ ପକ୍ଷରୁ ସମ୍ବଲପୁରୀ ଦିବସ ପାଳିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପାଠ ପଢା ସହ ଭଲ ମଣିଷ ହେବାକୁ ପରାମର୍ଶ ଦେଇଥିଲେ। ସମ୍ବଲପୁରୀ ସଂସ୍କୃତି ଉପରେ ଆଲୋକପାତ କରିଥିଲେ। ସମ୍ମାନୀତ ଅତିଥି ଭାବେ ୱାଡେନ୍ ପ୍ରଫେସର ସୁଧାକର ପାତ୍ର, ଛାତ୍ର କଲ୍ୟାଣ ଅଧିକାରୀ ପ୍ରଫେସର ଗଣେଶ ସେଠୀ, ମୁଖ୍ୟ ବକ୍ତା ଭାବେ ସୁଶାନ୍ତ କୁମାର ମାହାବାରା ମଞ୍ଚାସିନ ଥିଲେ। ସଭା ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
Popular Categories



