www.samajalive.in
Monday, December 15, 2025
27.1 C
Bhubaneswar

ସମ୍ଭାବିତ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜରୁରୀ ବୈଠକ

ବୌଦ୍ଧ: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ସମ୍ଭାବିତ ବନ୍ୟା ପରିସ୍ଥିତିର ମୁକାବିଲା କରିବା ପାଇଁ ଏକ ଜରୁରୀ ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧକ୍ଷତରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସମସ୍ତ ବନ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ପ୍ରସ୍ତୁତ ରଖାଯିବା ନେଇ ଆଲୋଚନା କରାଯାଇଛି। ଏହା ସହିତ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ସ୍ୱାସ୍ଥ୍ୟ ସେବା ଯୋଗାଣ, ରିଲିଫ ପ୍ରଦାନ, ପଶୁମାନଙ୍କ ପାଇଁ ଖାଦ୍ୟ, ବିଜୁଳି ଯୋଗାଣ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି।

ଜିଲାର ହରଭଂଗା ବ୍ଳକର ବନ୍ୟା ସମ୍ଭାବିତ ଅଂଚଳରେ ଆଜି ରାତିରେ ଓଡ୍ରାଫ ଟିମକୁ ମୁତୟନ କରାଯାଇଛି। ମହାନଦୀରେ ବନ୍ୟା ଜଳ ସ୍ତର ବୃଦ୍ଧି ପାଉଥିବା ବେଳେ ହରଭଂଗା ବ୍ଳକର ନଦୀ କୂଳିଆ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଆଜି ସଂନ୍ଧ୍ୟାରେ ଆଇଆରବିର ଦୁଇଟି ଓଡ୍ରାଫ ଟିମ ଆସି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଁଚିଛି। ଦୁଇ ଓଡ୍ରାଫ ଟିମ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛନ୍ତି। ପ୍ରଶାସନ ପକ୍ଷରୁ ତଳିଆ ଅଂଚଳରୁ ଲୋକମାନେ ବାହାରି ବନ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ରହିବାକୁ କୁହାଯାଇଛି। ବନ୍ୟା ଘେରରେ ରହିଯାଇଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଦୁଇ ଓଡ୍ରାଫ ଟିମକୁ ହରଭଂଗା ବ୍ଲକର ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି। ବୈଠକରେ ଉପଜିଲାପାଳ ରବିନ୍ଦ୍ର ନାଥ କହଁରଙ୍କ ସମତେ ସମସ୍ତ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories