ପାଟଣା: ପାଟଣା ବ୍ଲକ ଟାଙ୍ଗରପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଦିନ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁନନ୍ଦ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟାଙ୍ଗରପଡା ସମିତି ସଭ୍ୟ ଭାଗବତ ନାଏକ, ସମ୍ମାନୀତ ଅତିଥି ଭାବେ ପରିଚାଳନା କମିଟିର ସଭାପତି ବିକାଶ କୁମାର ପୃଷ୍ଟି ଓ ଅନ୍ୟ ସଦସ୍ୟ ମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବିତରଣ କରିଥିଲେ।
ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ମେଳା ପ୍ରଧାନ ଶିକ୍ଷକ କ୍ଷେତ୍ରମୋହନ ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପାଠ ପଢ଼ୁଥିବା ମୋଟ ୨୭୩ ଜଣ ଛାତ୍ରଛାତ୍ରୀଙ୍କୁ ୨ ହଳ ଲେଖାଏଁ ପୋଷାକ ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ଭାବେ ବଡପାଟଣା ସରପଞ୍ଚ ବିନତି ବାନରା ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରିଥିଲେ।



