ଆଠଗଡ଼: ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆଠଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡିର ଏକ ପରିବର୍ଦ୍ଧିତ କାର୍ଯକାରିଣୀ ବୈଠକ ଶନିବାର ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି ରବୀନ୍ଦ୍ରନାଥ ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଆଠଗଡ଼ ବିଧାୟକ ତଥା କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ରାଜ୍ୟ ଉପସଭାପତି ତଥା ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ରାଜ୍ୟ ଛାତ୍ର ବିଜେଡି ସଭାପତି ତଥା ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, କଟକ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ଓ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସୁଭଦ୍ରା ଦାସ ଯୋଗଦେଇ ଆଗାମୀ ସାଧାରଣ ନିର୍ବାଚନ ପାଇଁ କର୍ମୀମାନଙ୍କୁ ସଚେତନ ଓ ଉତ୍ସାହିତ କରିବା ସହ ବିଜୟ ପାଇଁ ଗୁରୁମନ୍ତ୍ର ଦେଇଥିଲେ।
Popular Categories



