www.samajalive.in
Monday, December 8, 2025
13.1 C
Bhubaneswar

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ କୁଞ୍ଚିବଣିଆ ଗାଁରେ ସୋମବାର ଅପରାହ୍ନରେ ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳା ଜଣଙ୍କ ଉକ୍ତ ଗାଁର ଜଳଧର ସିଂଙ୍କ ପତ୍ନୀ ମାମା (୨୩)। ତାଙ୍କୁ ଗୁରୁତର ଅବସ୍ଥାରେ ନୀଳଗିରି ମେଡ଼ିକାଲକୁ ନିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ପ୍ରାୟ ଦିନ ୨ଟା ସମୟରେ ମାମା ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରେ ଲୁଚି ଥିବା ଏକ ଭାଲୁ ତାଙ୍କ ଡ଼ାହାଣ ହାତକୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା। ମାମାଙ୍କ ଚିତ୍କାର ଶୁଣି ପତ୍ର ତୋଳାଳିମାନେ ପହଞ୍ଚି ଯିବାରୁ ଭାଲୁଟି ଜଙ୍ଗଲ ଭିତରକୁ ପଳାଇଥିଲା।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories