www.samajalive.in
Sunday, December 14, 2025
15.1 C
Bhubaneswar

ସାହାରପଡ଼ା ବ୍ଲକ ଘେରିଲା ବ୍ଲକ କଂଗ୍ରେସ

ପାଟଣା: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ କଂଗ୍ରେସ ପକ୍ଷରୁ ବ୍ଲକ ଆଜି ବ୍ଲକ ଘେରାଉ କରାଯାଇଥିଲା। ବ୍ଲକ କଂଗ୍ରେସ ସଭାପତି ମକୁନ୍ଦଚନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସାହାରପଡ଼ା ହାଟ ପଡିଆ ଠାରୁ ଏକ ଶୋଭାଯାତ୍ରାରେ ବାହାରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧ ରେ ବିଭିନ୍ନ ସ୍ଲୋଗାନ ଦେଇ ବଜାର ପରିକ୍ରମା କରିବା ପରେ ବ୍ଲକ କାର୍ଯ୍ୟଳୟ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମୁଖ୍ୟତଃ ପିସି କାରବାର, ପଞ୍ଚାୟତ କ୍ଷମତାକୁ ଅପବ୍ୟବହାର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଚଞ୍ଚକତା, ଜଳସେଚନ ସମସ୍ୟାକୁ ଆଦିକୁ ନେଇ ଏହି ବିକ୍ଷୋଭ କରାଯାଇଥିବା ନେଇ ବ୍ଲକ କଂଗ୍ରେସ ସଭାପତି ମକୁନ୍ଦଚନ୍ଦ୍ର ମହାନ୍ତ ମତ ପ୍ରକାଶ କରିଛନ୍ତି। ଶୋଭାଯାତ୍ରାରେ ଜିଲ୍ଲା କଂଗ୍ରେସ ସେବା ଦଳ ମୁଖ୍ୟ ବୀରଭଦ୍ର ମହାନ୍ତ, ନିତ୍ୟାନନ୍ଦ ତରେଇ, ଶିବ କୁମାର ବେହେରା, ମଧୁସୂଦନ ସାହୁ, ଚିତ୍ତରଞ୍ଜନ ତରେଇ, ସାରଥି ମୁଦୁଲି ଓ ଗୌରହରି ନାଏକ ପ୍ରମୁଖ ଅନ୍ୟ ମାନେ ଏହି ଶୋଭାଯାତ୍ରାରେ ସାମିଲ ଥିଲେ। ଶୋଭାଯାତ୍ରା ଶେଷରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ବିଡ଼ିଓ ବିଜୟ କୁମାର ନାୟକ ଙ୍କୁ ୯ ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories