www.samajalive.in
Saturday, December 13, 2025
27.1 C
Bhubaneswar

ଶିକ୍ଷଣ ସାମଗ୍ରୀ ଉନ୍ନତିକରଣ କର୍ମଶାଳା

ପାଟଣା: ପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ୪୦ଟି ବିଦ୍ୟାଳୟର ଜଣେ ଲେଖାଏଁ ଶିକ୍ଷକଙ୍କୁ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ତଥା ଶିକ୍ଷଣ ସାମଗ୍ରୀ ଉନ୍ନତିକରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ସଭା ଗୃହରେ ଅନୁଷ୍ଠିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ସଚ୍ଚିଦାନନ୍ଦ ସେଠୀ, ସମ୍ମାନୀତ ଅତିଥି ଭାବେ ଅନ୍ୟତମ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବିଜୟ କୁମାର ଓଝା ଯୋଗ ଦେଇ ଶିକ୍ଷକ ମାନଙ୍କୁ କର୍ମଶାଳାର ଉଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।ପ୍ରଶିକ୍ଷକ ଭାବେ ନକୁଳ ପାତ୍ର, ସନ୍ତୋଷ କୁମାର ନାଏକ, ଜଗନ୍ନାଥ ମହାନ୍ତ ଓ ବିକାଶ କୁମାର ମହାନ୍ତ ଶିବିରାର୍ଥୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଶିକ୍ଷକ ବିରମୋହନ ଦ୍ବିବେଦୀ, ଜ୍ୟୋତିର୍ମୟୀ ତ୍ରିପାଠୀ, କ୍ଷୀତିଶ କୁମାର ଦୀକ୍ଷିତ, ଶୈଳେନ୍ଦ୍ର ମହାନ୍ତ ଓ ବିଭୁତି ଭୂଷଣ ପ୍ରଧାନ ପ୍ରମୁଖ କର୍ମଶାଳା ପରିଚାଳନା କରିଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories