www.samajalive.in
Thursday, December 11, 2025
23.1 C
Bhubaneswar

୧୨ ଘଣ୍ଟିଆ ବ୍ରଜରାଜନଗର ବନ୍ଦ

ବ୍ରଜରାଜନଗର : ଗାନ୍ଧୀ ଛକ ଟୋଲ ଗେଟ ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ଶୁକ୍ରବାର ସ୍ଥାନୀୟ ଜନସାଧାରଣ ପକ୍ଷରୁ ୧୨ ଘଣ୍ଟିଆ ବ୍ରଜରାଜନଗର ବନ୍ଦ ପାଳନ କରାଯାଇଛି। ଫଳରେ ବ୍ରଜରାଜନଗର ଅଞ୍ଚଳର ସମସ୍ତ ଦୋକାନ ବଜାର , ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ଆଦି ବନ୍ଦ ରହିଛି। ୪୯ ନମ୍ବର ଜାତୀୟ ରାଜପଥରେ ଗାଡ଼ି ଚଳାଳଚଳ ସ୍ୱାଭାବିକ ରହିଛି। ମିଳିଥିବା ସୂଚନା ଅନୁଯାୟୀ, ୪୯ ନମ୍ବର ଜାତୀୟ ରାଜପଥର ଗାନ୍ଧୀ ଛକରେ ଥିବା ଟୋଲ ଗେଟ କାର୍ଯ୍ୟକ୍ଷମ ନେଇ ଗୁରୁବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଜିଲା ପ୍ରଶାସନ, ପୁଲିସ ଅଧିକାରୀଙ୍କ ଉପସ୍ଥିତିରେ ବସିଥିବା ବୈଠକରେ ସ୍ଥାନୀୟ ଜନ ସାଧାରଣ ଟୋଲ ଗେଟକୁ ଉଚ୍ଛେଦ ନେଇ ଦାବି କରିଥିଲେ। ବୈଠକରେ ଟୋଲ ଗେଟ ସମସ୍ୟା ସମାଧାନ ହୋଇ ନଥିବାରୁ ଲୋକେ ବୈଠକକୁ ଅଧାରୁ ବର୍ଜନ କରି ଚାଲି ଯାଇଥିଲେ ଓ ଶୁକ୍ରବାର ୧୨ ଘଣ୍ଟିଆ ବ୍ରଜରାଜନଗର ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିଲେ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories